www.samajalive.in
Wednesday, December 10, 2025
16.1 C
Bhubaneswar

ଆଜିଠୁ ବଢ଼ିବ ଶୀତ ପ୍ରକୋପ

ଭୁବନେଶ୍ବର: ପଶ୍ଚିମା ଝଡ଼ ପ୍ରଭାବରେ ଦୁଇଦିନ ହେଲା ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହୋଇଛି । ପାଗ ମେଘୁଆ ରହିଥିବାରୁ ରାତି ତାପମାତ୍ରା ସ୍ବାଭାବିକଠାରୁ ବୃଦ୍ଧି ପାଇଛି । ପଶ୍ଚିମା ଝଡ ପ୍ରଭାବ କମିବା ପରେ ଆସନ୍ତାକାଲିଠାରୁ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇପାରେ । ରାଜ୍ୟକୁ ଶୀତ ପୁଣି ଫେରିବ । ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ, ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିବ। ପରବର୍ତ୍ତୀ ସମୟରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି ଏବଂ କୋରାପୁଟ ଜିଲାର କିଛି ଅଞ୍ଚଳରେ କୁହୁଡି ଦୃଶ୍ୟମାନ ହୋଇପାରେ । ଦାରିଙ୍ଗବାଡି ଓ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ରେକର୍ଡ କରାଯାଇ ଥିବାବେଳେ ଭୁବନେଶ୍ବରରେ ୧୬.୬ ଡିଗ୍ରୀ ଏବଂ କଟକରେ ୧୭ ଡିଗ୍ରୀ ରହିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories