www.samajalive.in
Sunday, December 7, 2025
23.1 C
Bhubaneswar

ଦେଶରେ ଆଉ ୬୫୭ଜଣ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଆଜି ଦେଶରେ ୬୦ ହଜାର ତଳେ କରୋନା ଦୈନିକ ମାମଲା ରହିଛି । ଗୋଟିଏ ଦିନରେ ଆଉ ୫୮ ହଜାର ୭୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ୧ଲକ୍ଷ ୫୦ ହଜାର ୪୦୭ ଆକ୍ରାନ୍ତ । ଅନ୍ୟପଟେ ଆଜିର ରିପୋର୍ଟରେ ଦେଶରେ ଏକ ହଜାର ତଳକୁ କରୋନା ଦୈନିକ ମୃତ୍ୟୁ ମାମଲା ଖସିଥିବା ଦେଖିବାକୁ ମିଳିଛି । ଗତ ୨୪ ଘଣ୍ଟାରେ ଆଉ ୬୫୭ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଦେଶରେ ମୋଟ୍‍ ସକ୍ରିୟ ଆକ୍ରାନ୍ତ ୬,୯୭,୮୦୨ ରହିଥିବା ବେଳେ, ଏଯାଏ ମୋଟ୍ କରୋନା ମୃତ୍ୟୁସଂଖ୍ୟା ୫,୦୭,୧୭୭ ରହିଛି । ଦୈନିକ ପଜିଟିଭିଟି ହାର ୩.୮୯%କୁ ଖସିଛି । ସଂକ୍ରମଣକୁ ମାତ୍‍ ଦେବାକୁ ଦେଶରେ ଟିକାକରଣ କରାଯାଉଛି । ସାରା ଭାରତରେ ଏଯାଏ ୧,୭୧,୭୯,୫୧,୪୩୨ କୋଟି ଲୋକଙ୍କ ଟିକାକରଣ ହୋଇଛି ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories