www.samajalive.in
Sunday, December 7, 2025
14.1 C
Bhubaneswar

କେନାଲକୁ ଖସିଲା କାର୍‍ ; ୩ ମୃତ

ଗାଜିୟାବାଦ : ଗାଜିୟାବାଦର ଇନ୍ଦିରାପୁରମ ଥାନା ଅନ୍ତର୍ଗତ ବସୁନ୍ଧରା ଅଞ୍ଚଳରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ନେଇ ଆଜି ଖବର ମିଳିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ପ୍ରାୟ ୧ଟା୩୦ରେ ଦ୍ରୁତ ଗତିରେ ଯାଉଥିବା ଏକ କାର ପୋଲ ତଳକୁ ଖସି ପଡିବା ଫଳରେ କାରରେ ଥିବା ତିନି ସାଙ୍ଗଙ୍କର ମୃତ୍ୟୁ ଘଟିଛି।
ତିନି ଜଣ ସାଙ୍ଗ ଏକ ବିବାହ ଉତ୍ସବରେ ଇନ୍ଦିରାପୁରମସ୍ଥିତ ଏକ ଫାର୍ମ ହାଉସକୁ ଆସିଥିଲେ। ବିବାହରୁ ଫେରିବା ବାଟରେ ଦୁର୍ଘଟଣା ଘଟିଥିଲା। ଏଥିରେ ୩ ଜଣଙ୍କର କେନାଲରେ ବୁଡି ଯିବା ଫଳରେ ମୃତ୍ୟୁ ହୋଇଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଜେସିବି ଦ୍ୱାରା ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories