www.samajalive.in
Monday, December 15, 2025
24.1 C
Bhubaneswar

୫ ଡିଗ୍ରୀ ଯାଏ ଖସିବ ପାରଦ

ଭୁବନେଶ୍ବର: ରାଜ୍ୟରେ ଶୀତ ପ୍ରକୋପ ହ୍ରାସ ପାଇଛି। ତେବେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରା ୩ ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ତଳକୁ ଖସିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପରବର୍ତ୍ତୀ ସମୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ; କିନ୍ତୁ ସମସ୍ତ ଅଞ୍ଚଳରେ ସ୍ବାଭାବିକଠାରୁ ଅଧିକ ତାପମାତ୍ରା ଥିବାରୁ ବିଶେଷ ଶୀତ ଅନୁଭୂତ ହେବାର ସମ୍ଭାବନା ନାହିଁ। ଦାରିଙ୍ଗବାଡିରେ ରାତି ତାପମାତ୍ରା ୯.୫ ଡିଗ୍ରୀ ରେକର୍ଡ କରାଯାଇ ଥିବାବେଳେ ଅନ୍ୟାନ୍ୟ ସ୍ଥାନ ଗୁଡିକରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ଉପରେ ରହିଛି। ପ୍ରାୟ ସ୍ଥାନରେ ସ୍ବାଭାବିକରୁ ଅଧିକ ରାତି ତାପମାତ୍ରା ଥିବାରୁ ସ୍ବାଭାବିକ ଶୀତ ଅନୁଭୂତ ହେଉଛି।

ଉପକୂଳ ଓଡ଼ିଶା ସମେତ କନ୍ଧମାଳ, କଳାହାଣ୍ଡି, ରାୟଗଡା, କୋରାପୁଟ, ମାଲକାନଗିରି, କଟକ, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ କୁହୁଡି ଦୃଶ୍ୟମାନ ହୋଇପାରେ। ଶୁକ୍ରବାର ମୟୂରଭଞ୍ଜ, ବାଲେଶ୍ବର, ସୁନ୍ଦରଗଡ ଜିଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇଛି।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories