www.samajalive.in
Sunday, December 14, 2025
26.1 C
Bhubaneswar

ଲାହାବାଡ଼ି ନିକଟରେ ଦୁର୍ଘଟଣା: ୪ ମୃତ, ୪ ଗୁରୁତର

ଫୁଲବାଣୀ: କନ୍ଧମାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଲାହାବାଡ଼ି ନିକଟରେ ଆଜି ମଧ୍ୟରାତ୍ରିରେ ଦୁର୍ଘଟଣା ଘଟି ୪ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତମାନଙ୍କୁ ବ୍ରହ୍ମପୁର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁଯାୟୀ, ଏକ ଜନ୍ମଦିନ ଭୋଜିରେ ଯୋଗଦେଇ କାରରେ ଫେରୁଥିବା ବେଳେ ତାହା ଖରାପ ହୋଇଯିବାରୁ ରାସ୍ତା ଉପରେ ଅଟକି ଯାଇଥିଲା। ସେହି ସମୟରେ ଏକ ଦ୍ରୁତଗାମୀ ଟ୍ରକ ସେହି କାରକୁ ପଛପଟୁ ଧକ୍କା ଦେଇଥିଲା। ଆହତମାନଙ୍କୁ ୧୦୮ ଯୋଗେ ପ୍ରଥମେ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ମୃତକଙ୍କ ମଧ୍ୟରେ ୨ ଜଣ ଶିଶୁ ଥିବା ଜଣାପଡିଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories