www.samajalive.in
Saturday, December 6, 2025
15.1 C
Bhubaneswar

ଅବପାତ ରୂପ ନେଉଛି ଲଘୁଚାପ; ଦୁଇ ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର : ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୧୨ ଘଣ୍ଟାରେ ଅବପାତ ଏବଂ ପରବର୍ତ୍ତୀ ୧୨ଘଣ୍ଟାରେ ତୀବ୍ର ଅବପାତର ରୂପ ନେବ। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦେଇ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରିବ। ପରବର୍ତ୍ତୀ ସମୟରେ ଏହା ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶର କଳିଙ୍ଗପଟନମ ଏବଂ ପୁରୀ ମଧ୍ୟରେ ୨୦ତାରିଖ ବିଳମ୍ବିତ ରାତି କିମ୍ବା ୨୧ତାରିଖ ସକାଳେ ଅତିକ୍ରମ କରିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
ଏହାର ପ୍ରଭାବରେ ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ। ଦକ୍ଷିଣ ଓ ଉତ୍ତର ଉପକୂଳରେ ଅଧିକ ବର୍ଷିବ। ବିଶେଷ କରି ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, କୋରାପୁଟରେ ଅତି ପ୍ରବଳ ବର୍ଷା ହୋଇପାରେ। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉପକୂଳରେ ବି ପ୍ରବଳ ବର୍ଷା ହେବ। ୨୧ତାରିଖରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା ଥିବାବେଳେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଗଜପତି, ରାୟଗଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୨୩ ଓ ୨୪ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ, ଉପକୂଳ ଓ ଉତ୍ତର ଉପକୂଳର ଅଧିକାଂଶ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି।
ଲଘୁଚାପ ଅବପାତ ରୂପ ନେବା କାଳରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀ ଏ ସମୟରେ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories