ଭୁବନେଶ୍ୱର: ରାଜ୍ୟରେ କମୁନି କରୋନା ଜନିତ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୨ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ବାଲେଶ୍ୱରରୁ ସର୍ବାଧିକ ୮ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ, ସୁନ୍ଦରଗଡ଼ରୁ ୪ ଓ ଗଞ୍ଜାମରୁ ୩ ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱରରୁ ମଧ୍ୟ ୨ଜଣ ଆକ୍ରାନ୍ତଙ୍କ ଜୀନ ନେଇଛି କରୋନା । ସେହିପରି ଜଗତସିଂହପୁର, ନବରଙ୍ଗପୁର, ଅନୁଗୁଳ, କେନ୍ଦୁଝର ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୮,୮୮୪କୁ ବୃଦ୍ଧି ପାଇଛି ।
Popular Categories



