www.samajalive.in
Tuesday, December 9, 2025
23.1 C
Bhubaneswar

ପ୍ରଚାର କରିପାରିବେନି ବିଧାୟିକା ପ୍ରମିଳା ମଲ୍ଲିକ, ବାରଣ କଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନବେଳେ ବିବାଦୀୟ ଭାଷଣ ଦେଇ ଚର୍ଚ୍ଚାକୁ ଆସିଥିବା ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକଙ୍କ ଉପରେ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକଙ୍କ ଉପରେ ରାଜ୍ୟ ନିର୍ବାଚନ କମିଶନ କଟକଣା ଲଗାଇଛନ୍ତି। ଆସନ୍ତାକାଲି ପୂର୍ବାହ୍ନ ୧୦ଟାରୁ ୪୮ ଘଣ୍ଟା ପାଇଁ ପ୍ରଚାର ବିଧାୟିକା ପ୍ରମିଳା ମଲ୍ଲିକ ପ୍ରଚାର କରିପାରିବେ ନାହିଁ ବୋଲି ରାଜ୍ୟ ନିର୍ବାଚନ ଆୟୋଗ ନିର୍ଦେଶନାମା ଜାରି କରିଛନ୍ତି। ଏ ସଂକ୍ରାନ୍ତରେ ଯାଜପୁର ଜିଲାପାଳଙ୍କୁ ରାଜ୍ୟ ନିର୍ବାଚନ ଆୟୋଗ ଚିଠି ଲେଖିଛନ୍ତି।
ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଜାରି କରାଯାଇଥିବା ନିର୍ଦେଶାନାମାରେ ବିଧାୟିକା ପ୍ରମିଳା ମଲ୍ଲିକଙ୍କ ଉପରେ ରାଜ୍ୟ ନିର୍ବାଚନ କମିଶନଙ୍କ ବାରଣ କରାଯାଇଛି। ଆସନ୍ତାକାଲି ପୂର୍ବାହ୍ନ ୧୦ଟାରୁ ବିଧାୟିକା ପ୍ରମିଳା ମଲ୍ଲିକ ୪୮ଘଣ୍ଟା ପାଇଁ ପ୍ରଚାର କରିପାରିବେ ନାହିଁ। ରାଜ୍ୟର କୌଣସି ସ୍ଥାନରେ ପ୍ରଚାର କରିପାରିବେ ନାହିଁ। ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ପରେ ରାଜ୍ୟ ନିର୍ବାଚନ କମିଶନ ପ୍ରଚାର ପାଇଁ ବାରଣ କରିଛନ୍ତି ଏବଂ ପ୍ରମିଳାଙ୍କଠାରୁ କାରଣ ଦର୍ଶାଅ ନୋଟିସର ଉତ୍ତର ପାଇବା ପରେ ଏଭଳି ପଦକ୍ଷେପ ନିଆଯାଇଛି।

ସୂଚନା ଅନୁସାରେ, ବିଞ୍ଝାରପୁର ବ୍ଲକ୍‌ ଅଳକୁଣ୍ଡ ପଞ୍ଚାୟତର ଅଳକୁଣ୍ଡ ଗ୍ରାମରେ ବୁଧବାର ଦିନ ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟିକା ପ୍ରମିଳା ମଲ୍ଲିକ ଯୋଗଦେଇ ବିଜେଡି ସମର୍ଥିତ ସରପଞ୍ଚ ପ୍ରାର୍ଥୀ ଗଣେଶ ସାହୁଙ୍କୁ ମାଛ ଚିହ୍ନରେ ଭୋଟ ଦେବାସହ ବିଜେଡି ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ କହିଥିଲେ। ଯଦି ଆଉ କାହାକୁ ଭୋଟ୍‌ ଦିଅ ତେବେ ବାର୍ଦ୍ଧକ୍ୟ ଭତ୍ତା, ରାସନ ଓ ଆବାସ ଯୋଜନାରେ ଘର ପାଇଁ ମୋତେ କହିବନି ବୋଲି ଉପସ୍ଥିତ ଜନସାଧାରଣଙ୍କୁ ରୋକଠୋକ ଶୁଣାଇଥିଲେ।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories