www.samajalive.in
Sunday, December 7, 2025
15.1 C
Bhubaneswar

କଡ଼ାକଡ଼ି ହେବ ଭୋଟଗଣନା

ଭୁବନେଶ୍ୱର (ନି.ପ୍ର):ଚଳିତ ପଞ୍ଚାୟତ ନିର୍ବାଚନ କିଭଳି ଅବାଧ, ମୁକ୍ତ ଓ ନିରପେକ୍ଷ ହେବ ସେ ନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଚଳିତଥର ନିର୍ବାଚନରେ ବହୁ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରାଯାଉଥିବାବେଳେ ଭୋଟଗଣତି ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି।

ରବିବାର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଏ ସଂକ୍ରାନ୍ତରେ ସ୍ପଷ୍ଟ ନିର୍ଦେଶନାମା ଜାରି ହୋଇଛି। ଏଆୟୋଗଙ୍କ ପକ୍ଷରୁ କୁହାଯାଇଛି, ପ୍ରଥମଥର ପାଇଁ ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକରେ ସାଧାରଣ ନିର୍ବାଚନ-୨୦୨୨ର ମତଗଣନା ପ୍ରତ୍ୟେକ ବ୍ଲକ୍‌ ମୁଖ୍ୟାଳୟରେ ହେବ । ଏଥିପାଇଁ ନିର୍ବାଚନ ଅଧିକାରୀମାନଙ୍କୁ ଅତ୍ୟନ୍ତ ସତର୍କତାର ସହ କାର୍ଯ୍ୟ ସମ୍ପାଦନ କରିବାକୁ ପଡ଼ିବ। ଜିଲା ନିର୍ବାଚନ ଅଧିକାରୀ ହିସାବରେ ଜିଲାପାଳମାନେ ବ୍ୟକ୍ତିଗତ ଭାବେ ଭୋଟଗଣତି କେନ୍ଦ୍ର ନିର୍ଣ୍ଣୟଠାରୁ ସମ୍ପୂର୍ଣ୍ଣ ମତଗଣନା ପ୍ରକ୍ରିୟା ଓ ନିର୍ବାଚନ ଫଳାଫଳ ଘୋଷଣା ହେବା ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ତଦାରଖ କରିବେ। ଏନେଇ ସବୁ ଜିଲାପାଳଙ୍କୁ ଆୟୋଗଙ୍କ ପକ୍ଷରୁ ନିର୍ଦେଶ ଦିଆଯାଇଛି।

- Advertisement -

ନିର୍ଦେଶନାମା ଅନୁଯାୟୀ ନିର୍ବାଚନ ଫଳାଫଳ ଘୋଷଣା ହେବା ପୂର୍ବରୁ ଅଧିକାରୀମାନେ ଭୋଟଗଣତି କେନ୍ଦ୍ର ନିରୁପଣ କରିବା ଉଚିତ, ଯେଉଁଠାରେ ପର୍ଯ୍ୟାପ୍ତ ସ୍ଥାନ ଥିବ ଓ ନିର୍ବାଚନ ଅଧିକାରୀଙ୍କ ସହ ଗଣତି କାର୍ଯ୍ୟରେ ନିୟୋଜିତ ଥିବା କର୍ମଚାରୀମାନେ ଆରାମରେ ଭୋଟଗଣତି କାର୍ଯ୍ୟ ସମ୍ପାଦନ କରିପାରିବେ। ଜିଲା ପରିଷଦ ନିର୍ବାଚନ ମଣ୍ଡଳୀସ୍ତରୀୟ ଭୋଟଗଣତି କାର୍ଯ୍ୟ ଗୋଟିଏ ବଡ଼ କକ୍ଷରେ କରାଯିବ।
ବ୍ଲକ ମୁଖ୍ୟାଳୟରେ ମତଗଣନା କାର୍ଯ୍ୟ ତିନିଦିନ ଧରି ଚାଲିବ, ଯେମିତିକି ଗୋଟିଏ ବ୍ଲକର ସମସ୍ତ ଜିଲାପରିଷଦ ମଣ୍ଡଳୀର ଭୋଟଗୁଡ଼ିକର ଗଣତି କାର୍ଯ୍ୟ ତିନିଦିନ ମଧ୍ୟରେ ଶେଷ ହେବ। ପ୍ରତ୍ୟେକ ବ୍ଲକ୍‌ର ଜିଲା ପରିଷଦ ନିର୍ବାଚନ ମଣ୍ଡଳୀ ଅନୁସାରେ ନିର୍ବାଚନ ଅଧିକାରୀମାନେ କେତେଗୋଟି ଭୋଟ ଗଣତି କେନ୍ଦ୍ର ସ୍ଥାପନ କରାଯିବ, ତାହା ନିରୁପଣ କରିବେ। ଯଦି ବ୍ଲକର ଜିଲା ପରିଷଦ ନିର୍ବାଚନ ମଣ୍ଡଳୀ ତିନିରୁ ଅଧିକ ଥିବ ସେଠାରେ ଏକାଧିକ ମତଗଣନା କେନ୍ଦ୍ର ହେବ। ଗୋଟିଏ ବ୍ଲକର ମତଗଣନା କାର୍ଯ୍ୟ ନିଶ୍ଚିତ ଭାବେ ତିନି ଦିନ ମଧ୍ୟରେ ଶେଷ କରିବା ଲାଗି ନିର୍ବାଚନ ଅଧିକାରୀମାନେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ମତଗଣନା କେନ୍ଦ୍ର ବ୍ଲକ୍‌ ମୁଖ୍ୟାଳୟ ନିକଟରେ ହେବା ଉଚିତ। ଯଦି ସେଠାରେ ମତଗଣନା କେନ୍ଦ୍ର ନିମନ୍ତେ ପର୍ଯ୍ୟାପ୍ତ ସ୍ଥାନ ନ ଥିବ, ତା’ ହେଲେ ବ୍ଲକ୍‌ ମୁଖ୍ୟାଳୟରେ ଥିବା ସରକାରୀ କୋଠାଘର, ବିଶେଷ କରି ମହାବିଦ୍ୟାଳୟ କିମ୍ବା ଉଚ୍ଚବିଦ୍ୟାଳୟ କୋଠା ଘରେ ମାଗଣା କେନ୍ଦ୍ର ସ୍ଥାପନ କରାଯିବ। ପ୍ରତ୍ୟେକ ମାଗଣା କେନ୍ଦ୍ରରେ ପର୍ଯ୍ୟାପ୍ତ ସ୍ଥାନ ସହ ଅଲଗା ଅଲଗା ପ୍ରବେଶ ଓ ପ୍ରସ୍ଥାନ ଦ୍ବାର ରହିବା ଉଚିତ। ମାଗଣା କେନ୍ଦ୍ର ଚିହ୍ନଟ କରିବା ସମୟରେ ସେଠାରେ ଆବଶ୍ୟକ ଚେୟାର, ଟେବୁଲ, ଶୌଚାଳୟ ଓ ପାନୀୟଜଳର ସୁବିଧା ଦିଗରେ ଦୃଷ୍ଟି ଦେବା ଉଚିତ।
ମତଗଣନା କାର୍ଯ୍ୟ ଅସ୍ଥାୟୀ ମତଗଣନା କେନ୍ଦ୍ରରେ କରାଯିବାକୁ ନିର୍ବାଚନ ଆୟୋଗ ସମ୍ପୂର୍ଣ୍ଣ ବାରଣ କରିଛନ୍ତି। ରାଜନୈତିକ ଦଳମାନେ ଯଦି ଚାହାନ୍ତି ଷ୍ଟ୍ରଙ୍ଗରୁମ୍‌ ଜଗି ପାରିବେ। ମତଗଣନା କେନ୍ଦ୍ରରେ ଆଲୋକ ବ୍ୟବସ୍ଥା ସହ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ନିମନ୍ତେ ବିହିତ ବ୍ୟବସ୍ଥା କରିବା ଉଚିତ। ପ୍ରତ୍ୟେକ ମତଗଣନା କେନ୍ଦ୍ରରେ ଅଗ୍ନି ନିର୍ବାପକ ଯନ୍ତ୍ର ରହିବା ଜରୁରୀ। ଏହାବାଦ୍ ସୂଚନା ପ୍ରଦାନ ନିମନ୍ତେ ପ୍ରତ୍ୟେକ ମତଗଣନା କେନ୍ଦ୍ରରେ ଆବଶ୍ୟକ ଡାକବାଜି ଯନ୍ତ୍ର (ମାଇକ)ର ବ୍ୟବସ୍ଥା ରହିବ। ଏକ ଆଦର୍ଶ ମତଗଣନା କେନ୍ଦ୍ରର ଆକାର ୩୫’X୨୦’ ଫୁଟ୍ ହେବ, ଯେଉଁଠାରେ ୮ଟି ପଞ୍ଚାୟତର ଭୋଟଗଣତି ଗୋଟିଏ ପ୍ରେକ୍ଷାଳୟରେ କରାଯାଇପାରିବ। ମତଗଣନା ଟେବୁଲ ସମ୍ମୁଖରେ ଏକ ବେଞ୍ଚରେ କାଉଣ୍ଟିଂ ଏଜେଣ୍ଟମାନଙ୍କ ବସିବା ପାଇଁ ବ୍ୟବସ୍ଥା କରାଯିବ। ମତଗଣନା କେନ୍ଦ୍ର ନିକଟରେ ହୋଇଥିବା ଷ୍ଟ୍ରଙ୍ଗରୁମ୍‌ଟି ୨୪ ଘଣ୍ଟିଆ ସିସିଟିଭି ନଜରରେ ରହିବ। ଷ୍ଟ୍ରଙ୍ଗରୁମ୍‌କୁ ବାଲଟ୍‌ ବକ୍ସ ଆସିବାର ଗୋଟିଏ ଦିନ ପୂର୍ବରୁ ସିସିଟିଭି ଲାଗିବ ଓ ଭୋଟଗଣତି, ନିର୍ବାଚନ ଫଳ ଘୋଷଣା ଶେଷ ହେବା ପର୍ଯ୍ୟନ୍ତ ଏହା କାର୍ଯ୍ୟ କରିବ। ଷ୍ଟ୍ରଙ୍ଗରୁମ୍‌ ବାହାରେ ଦ୍ୱିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ୨୪ ଘଣ୍ଟିଆ କାର୍ଯ୍ୟ କରିବ ବୋଲି ନିର୍ବାଚନ ଆୟୋଗ ନିର୍ଦେଶ ଦେଇଛନ୍ତି। ନିର୍ବାଚନରେ ପ୍ରତିଦ୍ୱନ୍ଦ୍ବିତା କରୁଥିବା ସମସ୍ତ ପ୍ରାର୍ଥୀଙ୍କୁ ଷ୍ଟ୍ରଙ୍ଗରୁମ୍‌ର ସୁରକ୍ଷା ପର୍ଯ୍ୟବେକ୍ଷଣ ନିମନ୍ତେ ପତ୍ର ମାଧ୍ୟମରେ ଜଣାଇ ଦିଆଯିବ। ଏତଦ୍‌ବ୍ୟତୀତ ମତଗଣନାର ୭୨ ଘଣ୍ଟା ପୂର୍ବରୁ ଏ ସଂପର୍କରେ ସମସ୍ତ ପ୍ରାର୍ଥୀଙ୍କୁ ଲିଖିତ ଆକାରରେ ଜଣାଇ ଦିଆଯିବ। ଗୋଟିଏ ମତଗଣନା ଟେବୁଲ୍‌ ପାଇଁ ନିର୍ବାଚନ ଅଧିକାରୀ ଜଣେ କାଉଣ୍ଟିଂ ସୁପରଭାଇଜର, ଦୁଇଜଣ କାଉଣ୍ଟିଂ ଆସିଷ୍ଟାଣ୍ଟ ଓ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଏହିପରି ୪ ଜଣଙ୍କୁ ନିୟୋଜିତ କରିବେ ।
ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟ ପଦ ନିମନ୍ତେ ନିର୍ବାଚନ ଲଢ଼ୁଥିବା ପ୍ରାର୍ଥୀମାନେ କେବଳ ଜଣେ ଲେଖାଏଁ କାଉଣ୍ଟିଂ ଏଜେଣ୍ଟ ନିଯୁକ୍ତ କରିପାରିବେ। ମତଗଣନାରେ ନିୟୋଜିତ ଥିବା କର୍ମଚାରୀମାନେ ମତଗଣନା ନିମନ୍ତେ ଧାର୍ଯ୍ୟ ସମୟର ୧୫ ମିନିଟ୍‌ ପୂର୍ବରୁ ମତଗଣନା କେନ୍ଦ୍ରରେ ଉପସ୍ଥିତ ରହିବେ ା ମତଗଣନା ସଂପର୍କିତ ସମସ୍ତ କାର୍ଯ୍ୟର ଭିଡ଼ିଓଗ୍ରାଫି କରାଯିବ ବୋଲି ରାଜ୍ୟ ନିର୍ବାଚନ ଆୟୋଗଙ୍କ ଜିଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories