www.samajalive.in
Saturday, December 13, 2025
14.1 C
Bhubaneswar

କାର-ବୋଲେରୋ ମୁହାଁମୁହିଁ ଧକ୍କା ; ୪ ମୃତ

ସୀତାପୁର : ଉତ୍ତରପ୍ରଦେଶ ସ୍ଥିତ କୋତବାଲୀ ମହମୁଦାବାଦ ଅଞ୍ଚଳରେ ସୋମବାର ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ନେଇ ଖବର ମିଳିଛି। ଏକ ବୋଲେରୋ ଓ କାରର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଏକ ପରିବାରର ମାଆ,ଝିଅ ଓ ସମ୍ପର୍କୀୟ ଅଛନ୍ତି ବୋଲି ଖବର ମିଳିଛି। ଅନ୍ୟ ଜଣେ ବୋଲେରୋ ଚାଳକ। ୩ ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ହସ୍ପିଟାଲ ନେବା ବାଟରେ ମୃତ୍ୟୁ ହୋଇଛି। ଖବର ପାଇ ଉଦ୍ଧାରକାରୀ ଦଳ ଓ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ତଦନ୍ତ ଆରମ୍ଭ କରିଛନ୍ତି।
ସୂଚନା ଯୋଗ୍ୟ, କୋତବାଲୀ ମହମୁଦାବାଦ ଅଞ୍ଚଳର ରଜୁଆପୁର ମୋଡ ନିକଟରେ ଆଜି ସକାଳ ୬ଟା ୩୦ରେ ସିଧୋଲୀ ଆଡୁ ଆସୁଥିବା ବୋଲେରୋ ମହମୁଦାବାଦରୁ ଯାଉଥିବା କାର ସହ ମୁହାଁମୁହିଁ ଧକ୍କା ହୋଇଥିଲା।

 

Hot this week

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

ଛତିଶା ନିଯୋଗ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି: ଜାନୁଆରୀ ୩ରେ ଦୁର୍ଲଭ ସୁନାବେଶ

ପୁରୀ: ଚଳିତ ମାସ ୧୬ରୁ ଜାନୁଆରୀ ୧୩ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ହେବାକୁ...

ପ୍ରତିଶ୍ରୁତି ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ବର : ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ...

ଜୁନାଗଡ଼-ପାଣ୍ଡୁରଙ୍ଗାପୁରମ୍‌ ନୂତନ ରେଳପଥ ମଞ୍ଜୁରୀକୁ ୯ବର୍ଷ, ସରୁନି ଜମି ଅଧିଗ୍ରହଣ

ନବରଙ୍ଗପୁର: ପଛୁଆ ଓ ଆଦିବାସୀ ଅଧ୍ୟୁଷିତ ଓଡ଼ିଶା ସହ ଛତିଶଗଡ଼ ଏବଂ...

Related Articles

Popular Categories