www.samajalive.in
Saturday, December 13, 2025
14.1 C
Bhubaneswar

ସମିତିସଭ୍ୟ ପ୍ରାର୍ଥିନୀଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ

ବଣାଇ: ଆସନ୍ତା ୧୬ ତାରିଖରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବଣାଇରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ଫଳରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ନିର୍ବାଚନୀ ହିଂସାର ଅଭିଯୋଗ ହୋଇଛି। ସୁନ୍ଦରଗଡ଼ ଜିଲ୍ଲା ବଣାଇ ବ୍ଲକ ଗୋବିନ୍ଦପୁର ପଞ୍ଚାୟତର ସମିତିସଭ୍ୟ ପ୍ରାର୍ଥିନୀ ପୁଷ୍ପିତା ଜେନାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଆଜି ସକାଳେ ତାଙ୍କୁ ଘୋଷର ଗ୍ରାମ ସ୍ଥିତ ବାସଭବନ ନିକଟରେ ମୁମୂର୍ଷୁ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ତାଙ୍କୁ ପଡ଼ୋଶୀମାନେ ଉଦ୍ଧାର କରି ପ୍ରଥମେ ବଣାଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ବଣାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆକ୍ରମଣର କାରଣ ଏ ପର୍ଯ୍ୟନ୍ତ ଜଣା ପଡ଼ିନାହିଁ । ତାଙ୍କ ସ୍ୱାମୀଙ୍କ କହିବା ଅନୁସାରେ ସେ ସିପିଆଇଏମ ସମର୍ଥିତ ପ୍ରାର୍ଥିନୀ ଭାବେ ଗୋବିନ୍ଦପୁର ପଞ୍ଚାୟତରେ ସମିତିସଭ୍ୟ ଭାବେ ଠିଆ ହୋଇଥିଲେ। ଏଥିପାଇଁ ତାଙ୍କୁ ବିରୋଧୀ ଦଳ ପକ୍ଷରୁ ବାରମ୍ବାର ଧମକ ଦିଆଯାଉଥିଲା। ଏଣେ ପୁଷ୍ପିତା କହିଛନ୍ତି ତାଙ୍କୁ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାକୁ ଧମକ ଦିଆଯାଉଥିଲା। ସେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ନ କରିବାରୁ ଏକ ନିର୍ଦିଷ୍ଟ ଗୋଷ୍ଠୀ ଏଭଳି ଆକ୍ରମଣ କରିଛନ୍ତି। ପୁଷ୍ପିତା କୌଣସି ରାଜନୈତିକ ଦଳର ନାମ ନେବାକୁ ମନା କରି ଦେଇଛନ୍ତି।

Hot this week

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

ଛତିଶା ନିଯୋଗ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି: ଜାନୁଆରୀ ୩ରେ ଦୁର୍ଲଭ ସୁନାବେଶ

ପୁରୀ: ଚଳିତ ମାସ ୧୬ରୁ ଜାନୁଆରୀ ୧୩ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ହେବାକୁ...

ପ୍ରତିଶ୍ରୁତି ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ବର : ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ...

ଜୁନାଗଡ଼-ପାଣ୍ଡୁରଙ୍ଗାପୁରମ୍‌ ନୂତନ ରେଳପଥ ମଞ୍ଜୁରୀକୁ ୯ବର୍ଷ, ସରୁନି ଜମି ଅଧିଗ୍ରହଣ

ନବରଙ୍ଗପୁର: ପଛୁଆ ଓ ଆଦିବାସୀ ଅଧ୍ୟୁଷିତ ଓଡ଼ିଶା ସହ ଛତିଶଗଡ଼ ଏବଂ...

Related Articles

Popular Categories