www.samajalive.in
Thursday, December 11, 2025
15.1 C
Bhubaneswar

୨ ମାସ ଥିଲା ଅବସର, ମାଡ଼ିବସିଲା ଭିଜିଲାନ୍ସ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପୁଲିସ ବାବୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଏକକାଳୀନ ୧୧ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍‍ । ପୁଲିସ କମ୍ୟୁନିକେସନ୍ର ଅତିରିକ୍ତ ଏସ୍ପି ହେଉଛନ୍ତି ତ୍ରିନାଥ ମିଶ୍ର । ତ୍ରିନାଥ ମିଶ୍ରଙ୍କ କଟକ, ଭୁବନେଶ୍ୱର, ଯାଜପୁର, କୋରାପୁଟରେ ଥିବା ଘରେ ଭିଜିଲାନ୍ସ ରେଡ୍ କରିଛି । ତ୍ରିନାଥଙ୍କ କଟକ ତୁଳସୀପୁର ଅଫିସ୍, ସରକାରୀ ବାସଭବନ, ଭୁବନେଶ୍ୱର ରସୁଲଗଡ଼ ସ୍ଥିତ ଫ୍ଲାଟ୍, ନବରଙ୍ଗପୁର ଡାବୁଗାଁ ପୈତୃକ ଘରେ ଚଢ଼ାଉ କରୁଥିବା ବେଳେ ଯାଜପୁର ବଡ଼ଚଣାରେ ସମ୍ପର୍କୀୟଙ୍କ ଘର, ଶାନ୍ତିଲତା ଫାର୍ମ ହାଉସ୍, ଚଣ୍ଡିଖୋଲ ବଜାରରେ ଥିବା ଶାନ୍ତିଲତା ନର୍ସିଂ ହୋମ୍, ଶାନ୍ତିଲତା ଟ୍ରାନ୍ସପୋର୍ଟ ନାଁରେ ଥିବା ଦୁଇଟି ଅଫିସ୍ରେ ତନାଘନା କରୁଛି ଭିଜିଲାନ୍ସ ।

ଖାଲି ସେତିକି ନୁହେଁ ତ୍ରିନାଥଙ୍କ ଡ୍ରାଇଭରଙ୍କ ଘରେ ମଧ୍ୟ ଚଢ଼ାଉ କରୁଛି ଭିଜିଲାନ୍ସ । ବିରିଡିରେ ଥିବା ଡ୍ରାଇଭରଙ୍କ ଘରେ ରେଡ୍‍ ଚାଲିଛି । ତେବେ ତ୍ରିନାଥ ଆଉ ଦୁଇ ମାସ ପରେ ଅବସର ନେଇଥାନ୍ତେ । ହେଲେ ଭିଜିଲାନ୍ସ ଜାଲରେ ଫସିଛନ୍ତି ବଡ଼ ବାବୁ ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories