www.samajalive.in
Thursday, December 11, 2025
14.1 C
Bhubaneswar

ରାଜ୍ୟରେ ଆଉ ୯୨୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଏକ ହଜାର ତଳକୁ ଖସିଲା କରୋନା ଦୈନିକ ମାମଲା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୯୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୫୪୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୩୮୩ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୨୦୩ ପଜିଟିଭ୍ । ଖୋର୍ଦ୍ଧାରୁ ସର୍ବାଧିକ ୧୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୪୪, ବାଲେଶ୍ୱର ୨୨, ବରଗଡ ୧୩, ଭଦ୍ରକ ୧୬, ବଲାଙ୍ଗିର ୨, ବୌଦ୍ଧ ୨୩, କଟକ ୫୨, ଦେବଗଡ ୧୭, ଢେଙ୍କାନାଳ ୧୫, ଗଜପତିରୁ ୩୮ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୨୬, ଜଗତସିଂହପୁର ୫୦, ଯାଜପୁର ୪୭, ଝାରସୁଗୁଡା ୨୪, କଳାହାଣ୍ଡି ୧୦, କନ୍ଧମାଳ ୫, କେନ୍ଦ୍ରାପଡା ୩୪, କେନ୍ଦୁଝରରେ ୨୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିସହିତ କୋରାପୁଟ ୪୬, ମାଲକାନଗିରି ୬, ମୟୂରଭଞ୍ଜ ୩୧, ନବରଙ୍ଗପୁର ୬, ନୟାଗଡ ୨୧, ନୂଆପଡା ୮, ପୁରୀ ୧୩, ରାୟଗଡା ୧୮, ସମ୍ବଲପୁର ୨୯, ସୋନପୁର ୧୮, ସୁନ୍ଦରଗଡ ୮୮ ଷ୍ଟେଟପୁଲରୁ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୧,୯୫୬ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୫୯ ହଜାର ୭୯୬ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨, ୭୯, ୦୪୬କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୦ ହଜାର ୨୭୧ ରହିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

ସମ୍ପାଦକୀୟ : ବିଯୋଗ ଅଧିକାର

ଶାନ୍ତି ଛଡ଼ାଇ ନ ନେଉ କର୍ପୋରେଟ ଜଗତ ଭାରତୀୟ ସଂସଦରେ ଏକ ଗୁରୁତ୍ୱପୂର୍ଣ୍ଣ...

ସମ୍ପାଦକୀୟ : ମାଲକାନଗିରି ହିଂସା

ଭୂମିପୁତ୍ରଙ୍କ ଦୁଃଖ ଦୂରହେଉ ମାଲକାନଗିରି ଜିଲାର ଏମ୍‌ଭି -୨୬ ଗାଁରେ ଘଟିଥିବା ହିଂସାକାଣ୍ଡ...

ଆଜିର : ରାଶିଫଳ,ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ

ମେଷ : କୁତ୍ସିତ ସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗୀ ହେବାକୁ ଉଦ୍ୟମ...

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

Related Articles

Popular Categories