www.samajalive.in
Monday, December 8, 2025
20.1 C
Bhubaneswar

ରାଜ୍ୟପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ବିଶ୍ୱ ରେକର୍ଡ଼ଧାରୀ ଓଡ଼ିଆ ପୁଅ ସଚିନ

ଭୁବନେଶ୍ୱର: ଭାରତର ନି-ଷ୍ଟ୍ରାଇକର ଭାବରେ ପରିଚିତ ସଚିନ ବେହେରା ପାଞ୍ଚକେଜି ଏଙ୍କେଲ ୱେଟ୍ ବାନ୍ଧି ତିନି ମିନିଟ ଆଣ୍ଠୁ ପ୍ରଘାତ ବା ନି-ଷ୍ଟ୍ରାଇକ କରି ପୂର୍ବରୁ ପାକିସ୍ତାନର ମୁଷ୍ଟିଯୋଦ୍ଧା ମହମ୍ମଦ ରସିଦଙ୍କ ନାମରେ ଥିବା ୧୭୮ନି-ଷ୍ଟ୍ରାଇକକୁ ଭାଙ୍ଗିବା ସହ ସେ ୨୦୪ ଆଣ୍ଠୁ ପ୍ରଘାତ କରି ନୂତନ ଗିନିଜ୍ ବୁକ୍ ରେକର୍ଡ଼ ସ୍ଥାପନ କରିଛନ୍ତି। ତାଙ୍କର ଏହି କୃତିତ୍ୱ ପାଇଁ ସାରା ଓଡ଼ିଶାର କୋଣ ଅନୁକୋଣରୁ ସଚିନଙ୍କ ପାଖକୁ ପ୍ରଶଂସା ଓ ଶୁଭେଚ୍ଛାର ସୁଅ ଛୁଟିଥିଲା ବେଳେ ଆଜି ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ସଚିନ ବେହେରାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି।

ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ରାଜଭବନରେ ସଚିନ ଭେଟିଥିଲେ। ଏହି ଅବସରରେ ରାଜ୍ୟପାଳ ତାଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସମ୍ବର୍ଦ୍ଧିତ କରି ଗିନିଜବୁକ୍ ସାର୍ଟିଫିକେଟ ପ୍ରଦାନ କରିଥିଲେ। ଏଥିସହିତ କ୍ରୀଡ଼ା ପାଇଁ ସଚିନଙ୍କୁ ସବୁପ୍ରକାର ସହଯୋଗ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories