www.samajalive.in
Sunday, December 7, 2025
14.1 C
Bhubaneswar

ଦୁଲଣାପୁର ପଞ୍ଚାୟତରେ ମହିଳା ଭୋଟରଙ୍କୁ ବିକାଶ ପାଇଁ ଆହ୍ୱାନ

ବାଙ୍କୀ: ଦୁଲଣାପୁର ପଞ୍ଚାୟତର ସର୍ବାଙ୍ଗୀନ ଉନ୍ନତି ପାଇଁ ବିଭିନ୍ନ ଦଳ ପକ୍ଷରୁ ପ୍ରାର୍ଥୀ ମାନେ ଘର ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାର ଅପରାହ୍ନରେ ଦୁଲଣାପୁର ଠାରେ ବାଙ୍କୀର ପୂର୍ବତନ ବିଧାୟକ ପ୍ରଭାତ କୁମାର ତ୍ରିପାଠୀ ପଞ୍ଚାୟତର ମହିଳା ଭୋଟରମାନଙ୍କୁ ନିଜ ଦଳୀୟ ସମର୍ଥିତ ପ୍ରାର୍ଥୀଙ୍କୁ ପେବୃୟାରୀ ୨୨ତାରିଖରେ ମୋହର ମାରି ଜୟଯୁକ୍ତ କରିବା ପାଇଁ ଆହ୍ୱାନ ଦେଇଛନ୍ତି। ଆୟୋଜିତ ମହିଳା ବୈଠକରେ ପୂର୍ବତନ ବିଧାୟକ ପଞ୍ଚାୟତର ବିକାଶ ଦିଗରେ ମହିଳା ମାନେହିଁ ଆଗରେ ବିକାଶର ଧ୍ୱଜା ଧରୁଛନ୍ତି ବୋଲି ପ୍ରକାଶ କରି ସୁଚିନ୍ତିତ ପ୍ରାର୍ଥୀକୁ ନିର୍ଣ୍ଣାୟକ ଭୋଟ ଦେବା ପାଇଁ ଅନୁରୋଧ କରିଛନ୍ତି। ବୈଠକରେ ଦୁଲଣାପୁର ପଞ୍ଚାୟତର ଦଳ ସମର୍ଥିତ ସମିତିସଭ୍ୟ, ସରପଞ୍ଚ ପ୍ରାର୍ଥୀ ଏବଂ ୩୮ନଂ ଜୋନର ଜିଲ୍ଲାପରିଷଦ ପ୍ରାର୍ଥୀ ଆଶିଷ କୁମାର ସାହୁ ପ୍ରମୁଖ ଉପସ୍ଥିତ ରହି ନିଜ ସପକ୍ଷରେ ଭୋଟ ଭିକ୍ଷା କରିଛନ୍ତି। ଦୁଲଣାପୁର ଗ୍ରାମର ବହୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ ଉପସ୍ଥିତ ଥିଲେ।

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories