ଆକାଶବାଣୀ କଟକ କେନ୍ଦ୍ରର ପୂର୍ବତନ କେନ୍ଦ୍ର ନିର୍ଦ୍ଦେଶିକା ସଞ୍ଜିବନୀ ସୁଧା ପଟ୍ଟନାୟକଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ପରଲୋକ ଘଟିଛି। ସେ ୨୦୦୮ରୁ ୨୦୧୦ ପର୍ଯ୍ୟନ୍ତ ଆକାଶବାଣୀ କଟକ କେନ୍ଦ୍ରର ନିର୍ଦ୍ଦେଶିକା ଭାବେ କାର୍ଯ୍ୟ କରିଥିଲେ। ଏହା ପୂର୍ବରୁ ସେ ଆକାଶବାଣୀ ଓ ଦୂରଦର୍ଶନର ବିଭିନ୍ନ କେନ୍ଦ୍ରରେ କାର୍ଯ୍ୟ କରିଥିଲେ। ତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।
Popular Categories



