www.samajalive.in
Thursday, December 11, 2025
18.1 C
Bhubaneswar

ରାଜ୍ୟରେ ଆଉ ୧୬ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କମୁନି କରୋନା ମୃତ୍ୟୁ ହାର । ଆଜି ବି ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧୫ ଉପରେ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୬ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି । ଆଜିର କରୋନା ମୃତକଙ୍କ ମଧ୍ୟରେ ସର୍ବାଧିକ ମୃତକ ଖୋର୍ଦ୍ଧା ଜିଲ୍ଲାର ରହିଥିବା ଜଣାପଡ଼ିଛି । ଖୋର୍ଦ୍ଧାରୁ ସର୍ବାଧିକ ୭ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ସେହିପରି ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର ଓ କଟକରୁ ୨ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା । କେବଳ ବଲାଙ୍ଗୀରରୁ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ୍‍ ମୃତ୍ୟୁସଂଖ୍ୟା ୮ହଜାର ୯୬୧କୁ ବୃଦ୍ଧି ପାଇଛି । ଅନ୍ୟପଟେ ରାଜ୍ୟରେ କରୋନା ସଂକ୍ରମିତ କମ୍‍ ଚିହ୍ନଟ ହେଉଛନ୍ତି । ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏକ ହଜାର ତଳେ ଆସୁଥିବା ଦେଖିବାକୁ ମିଳୁଛି ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories