www.samajalive.in
Friday, December 12, 2025
27.1 C
Bhubaneswar

ଓଡ଼ିଆ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ସରକାର ଦୃଷ୍ଟି ଦିଅନ୍ତୁ

ଭୁବନେଶ୍ୱର : ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଓ ଛତିଶଗଡ଼ରେ ଓଡ଼ିଆ ଭାଷା, ସଂସ୍କୃତିର ସୁରକ୍ଷା ପାଇଁ ରାଜ୍ୟ ସରକାର ଦୃଷ୍ଟି ଦେବା ଆବଶ୍ୟକ। ଏସବୁ ରାଜ୍ୟରେ ଅବହେଳିତ ଅବସ୍ଥାରେ ଥିବା ଓଡ଼ିଆ ମାଧ୍ୟମ ବିଦ୍ୟାଳୟ ଗୁଡ଼ିକର ସୁରକ୍ଷା ଓ ସୁଧାର ପାଇଁ ସରକାର ପଦକ୍ଷେପ ନେବାକୁ ସମାଜବାଦୀ ପାର୍ଟି ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ ଦାବି କରାଯାଇଛି। ପାର୍ଟିର ରାଜ୍ୟ ସଭାପତି ରବି ବେହେରା ଆଜି ଏ ସମ୍ପର୍କରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଓଡ଼ିଶାର ନବୀନ ପଟ୍ଟନାୟକ ଓ ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କୁ ପତ୍ର ଲେଖି ଓଡ଼ିଆ ଭାଷା ସଂସ୍କୃତିର ସୁରକ୍ଷା ପାଇଁ ଦାବି କରିଛନ୍ତି।

 

- Advertisement -

ଏହି ପତ୍ରରେ ସେ ଉଲ୍ଲେଖ କରିଛନ୍ତି ଯେ, ପଶ୍ଚିମ ବଙ୍ଗ ଓ ଆନ୍ଧ୍ର ପ୍ରଦେଶର କିଛି ଅଞ୍ଚଳରେ ପ୍ରତିଷ୍ଠା ହୋଇଥିବା ଓଡ଼ିଆ ମାଧ୍ୟମ ସ୍କୁଲ୍ ପିଲାମାନଙ୍କୁ ବହିପତ୍ର ରାଜ୍ୟ ସରକାର ଓ ଉତ୍କଳ ସମ୍ମିଳନୀ ପକ୍ଷରୁ ଯୋଗାଇ ଦିଆଯାଇଛି। ଝାଡଖଣ୍ଡ ଓ ଛତିଶଗଡ଼ରେ ମଧ୍ୟ କିଛି କିଛି ସ୍ଥାନରେ ପିଲାମାନଙ୍କୁ ପାଠ୍ୟପୁସ୍ତକ ଯୋଗାଣ ହୋଇଛି। ବିଧାନସଭାର ‘ଗୃହ କମିଟି’ ଏହିସବୁ ଅଞ୍ଚଳ ଗ୍ରସ୍ତ କରି ଓଡ଼ିଆ ଭାଷା ସଂସ୍କୃତିର ସୁରକ୍ଷା ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ଶ୍ରୀ ବେହେରା ଅନୁରୋଧ କରିଛନ୍ତି।

Hot this week

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

Related Articles

Popular Categories