www.samajalive.in
Friday, December 12, 2025
14.1 C
Bhubaneswar

ରାଜ୍ୟରୁ ହଟିଲା ରାତ୍ରୀକାଳୀନ କର୍ଫ୍ୟୁ

ଭୁବନେଶ୍ୱର : ରାଜ୍ୟର ସମସ୍ତ ସହରାଞ୍ଚଳରୁ ହଟିଲା ରାତ୍ରୀକାଳୀନ କର୍ଫ୍ୟୁ। ରାଜ୍ୟରେ ଧିରେ ଧିରେ ହ୍ରାସ ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସହରାଞ୍ଚଳରୁ ରାତ୍ରୀକାଳୀନ କର୍ଫ୍ୟୁ କଟକଣା ହଟାଯାଇଛି। ରାଜ୍ୟରେ ଓମିକ୍ରନ,କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ହୋଇଥିଲା। ରାତି ୧୦ଟାରୁ ଭୋର ୫ଟା ଯାଏଁ ଏହି କଟକଣା ଲାଗୁ କରାଯାଇଥିବା ବେଳେ ଏହି ସମୟରେ ଅତ୍ୟାବଶ୍ୟକ ସେବାକୁ ବାଦ୍‍ ଦେଇ ଅନ୍ୟ ସମସ୍ତ ଦିଗରେ କଟକଣା ଜାରି ହୋଇଥିଲା।
ରାଜ୍ୟ ସରକାର ଜାରି କରିଥିବା ମାର୍ଗଦର୍ଶିକାରେ ଜାନୁଆରି ମାସରେ ସମସ୍ତ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ କରାଯାଇଥିଲା।  ଜାନୁଆରି ୧ରୁ ଫେବୃଆରି ୧ ପର୍ୟ୍ୟନ୍ତ ରାତି ୧୦ରୁ ସକାଳ ୫ଟା ପର୍ୟ୍ୟନ୍ତ କର୍ଫ୍ୟୁ ବଳବତ୍ତର ରଖାଯିବା ସହ  ଏହି ସମୟରେ ଯିବା ଆସିବା ବନ୍ଦ ରହିବ । ସେହିପରି ସକାଳ ୫ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ଦୋକାନ ବଜାର ଖୋଲା ରହିବ। ଜରୁରୀକାଳୀନ ସେବାକୁ ଛାଡିଦେଲେ ଅନ୍ୟ ସବୁ ଉପରେ କଟକଣା ଲାଗୁ କରାଯାଇଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories