www.samajalive.in
Monday, December 8, 2025
27.1 C
Bhubaneswar

ନିର୍ବାଚନ ଦାୟିତ୍ୱରେ ଥିବା ଅଧିକାରୀଙ୍କ ଆଚରଣବିଧି ଉଲ୍ଲଙ୍ଘନ, କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ବରିଷ୍ଠ ଅଧିକାରୀମାନେ ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଛନ୍ତି ବୋଲି ବିଜେପି ପକ୍ଷରୁ ଅଭିଯୋଗ କରାଯାଇଛି। ତେଣୁ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ବିଜେପି ଦାବି କରାଯାଇଛି। ଆଜି ବିଜେପିର ଏକ ପ୍ରତିନିଧି ଦଳ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ସାକ୍ଷାତ କରି ଏ ସଂକ୍ରାନ୍ତରେ ଲିଖିତ ଭାବେ ଅଭିଯୋଗ କରିଛନ୍ତି।

ବିଜେପି ପକ୍ଷରୁ କୁହାଯାଇଛି ଯେ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟବ୍ୟାପୀ ନିର୍ବାଚନ ଆଚରଣ ବିଧି ଜାରି କରାଯାଇଛି। ଏହି ସମୟରେ ଭୋଟରମାନଙ୍କୁ ପ୍ରଭାବିତ କଲା ଭଳି କୌଣସି କାର୍ଯ୍ୟକ୍ରମ ଆୟୋଜନ କରାଯିବା ଉପରେ ନିଷେଧାଦେଶ ବଳବତର ରହିଛି। କିଛି ଜିଲାର ଜିଲାପାଳ ଓ ବରିଷ୍ଠ ସରକାରୀ ଅଧିକାରୀ ନିର୍ବାଚନ ଦାୟିତ୍ବରେ ଥାଇ ଆଚଚରଣ ବିଧି ଉଲ୍ଲଙ୍ଘନ କରିଥିବା ଅଭିଯୋଗ ହୋଇଛି। ତେଣୁ ରାଜ୍ୟ ନିର୍ବାଚନ ଆୟୋଗ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରାଯାଇଛି। ଏ ସଂକ୍ରାନ୍ତରେ ବିଜେପିର ଏକ ପ୍ରତିନିଧି ଦଳ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ସାକ୍ଷାତ କରି ଲିଖିତ ଭାବେ ଅଭିଯୋଗ କରାଯାଇଛି। ଏହି ପ୍ରତିନିଧି ଦଳରେ ରାଜ୍ୟ ମୁଖପାତ୍ର ସୋନାଲୀ ସାହୁ, ଗଣମାଧ୍ୟମ ସହମୁଖ୍ୟ ସୁଜିତ୍ ଦାସ, ଲିଗାଲ ସେଲର ରବିଶଙ୍କର ପଟ୍ଟନାୟକ, ଜୟନ୍ତ ଜେନା ଏବଂ ପ୍ରଦୀପ ମହନ୍ତ ପ୍ରମୁଖ ସାମିଲ ଥିଲେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories