www.samajalive.in
Sunday, December 7, 2025
14.1 C
Bhubaneswar

ପିକଅପ୍ ଗାଡି ଓଲଟି ଜଣେ ମୃତ, ୬ ଗୁରୁତର

ମୋହନା: ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ଜିରାଙ୍ଗ ପଞ୍ଚାୟତ ନିକଟ ଡରବା ଗାଁକୁ ଏକ ଭୋଜିରେ ଯୋଗ ଦେଇ ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପଙ୍କାଳ ଗ୍ରାମକୁ ଏକ ମାକ୍ସ ପିକ ଅପ ଗାଡି ଯୋଗେ ଫେରୁଥିବା ବେଳେ ରା.ଉଦୟଗିରି ଥାନା ଅନ୍ତର୍ଗତ କାନକଟା ଗ୍ରାମ ନିକଟ ଘାଟି ରାସ୍ତା ବୁଲାଣିରେ ଭ୍ୟାନଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗାଡି ପଛ ଡାଲାରେ ବସିଥିବା ପ୍ରାୟ ୧୫ ଜଣ ଛିଟିକି ତଳେ ପଡିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କ ମଧ୍ୟରେ ଡରବା ଗାଁର ଅମ୍ବିକା ବେହେରାଦଳାଇ, ସନିଆ ନାୟକ, ଗୀତାଞ୍ଜିଳ ବେହେରଦଳାଇ, ଜୁରିଆ ବେହେରାଦଳାଇ, ଦିଲେଶ୍ଵର ବେହେରଦଳାଇ ଓ ମହା ଲତା ନାୟକଙ୍କୁ ୧୦୮ ଯୋଗେ ଚନ୍ଦ୍ରଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇ ପ୍ରାଥମିକ ଚିକିତ୍ସା କରାଯାଇଥିଲା। କିନ୍ତୁ ସେମାନଙ୍କର ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ମୃତ ବ୍ୟକ୍ତିଙ୍କର ପରିଚୟ ମିଳିନାହିଁ। ଚନ୍ଦ୍ରଗିରି ଓ ରା.ଉଦୟଗିରି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Hot this week

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

Related Articles

Popular Categories