www.samajalive.in
Friday, December 12, 2025
27.1 C
Bhubaneswar

ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କଲେ ମହାମହିମ ରାଷ୍ଟ୍ରପତି

ପୁରୀ – ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କୁ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦର୍ଶନ କରିଛନ୍ତି । ପ୍ରଥମେ ସିଂହଦ୍ବାର ସମ୍ମୁଖରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରାଷ୍ଟ୍ରପତି ଦମ୍ପତିଙ୍କୁ ସ୍ବାଗତ କରାଯାଇଥିଲା।  ଗର୍ଭଗୃହ ଭିତରକୁ ଯାଇ ଶ୍ରୀ କୋବିନ୍ଦ ଦାରୁବ୍ରହ୍ମଙ୍କୁ ଦର୍ଶନ ଏବଂ ପୂଜାର୍ଚ୍ଚନା କରିଥିଲେ । ଏହାପରେ ସେ ମୁକ୍ତିମଣ୍ଡପ, ବିମଳା ମନ୍ଦିର ଏବଂ ମହାଲକ୍ଷ୍ମୀ ମନ୍ଦିର ଏବଂ ପାର୍ଶ୍ୱ ଦେବାଦେବୀଙ୍କ ମନ୍ଦିର ଦର୍ଶନ କରିଥିଲେ । ଏହି ଅବସରରେ ନୀଳଚକ୍ରରେ ରାଷ୍ଟ୍ରପତିଙ୍କ ଶୁଭ ମନାସୀ ପତିତପାବନ ବାନା ବନ୍ଧା ହୋଇଛି। ରବିବାର ଶ୍ରୀଳ ପ୍ରଭୁପାଦ ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀଙ୍କ ୧୫୦ତମ ଜୟନ୍ତୀ ସମାରୋହରେ ଶ୍ରୀ କୋବିନ୍ଦ ଯୋଗଦାନ କରିବେ । ଏଥିପାଇଁ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ।

ରାଷ୍ଟ୍ରପତିଙ୍କ ପୁରୀଗସ୍ତକୁ ଦୃଷ୍ଟିରେ ରଖି ପୁରୀ ରାଜଭବନ ସମେତ ତାଳବଣିଆ ହେଲିପ୍ୟାଡ, ଶ୍ରୀମନ୍ଦିର, ଚୈତନ୍ୟ ଗୌଡୀୟମଠ ଏବଂ ଶରଧାବାଲିରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୪୦ ପ୍ଲାଟୁନ ପୁଲିସ ଫୋର୍ସଙ୍କ ସମେତ ୨୦୦ ପୁଲିସ ଅଧିକାରୀ, ସ୍ବତନ୍ତ୍ର ତାଲିମପ୍ରାପ୍ତ କମାଣ୍ଡୋ, ବୋମା ନିଷ୍କ୍ରିୟକାରୀ ଦଳ, ସନ୍ଧାନୀ କୁକୁର ଏବଂ ଗୁଇନ୍ଦା କର୍ମଚାରୀଙ୍କୁ ସହରର ବିଭିନ୍ନ ସ୍ଥାନରେ ନିୟୋଜିତ କରାଯାଇଛି।ଖାଦ୍ୟ ଯାଞ୍ଚ ଦିଗରେ ଯେଉଁ ଦଳ ରହିଛି ସେହି ଦଳରେ ଖାଦ୍ୟ ନିରୀକ୍ଷକଙ୍କ ସହ ଅନ୍ୟାନ୍ୟ କର୍ମଚାରୀ ରହିବେ ବୋଲି ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ରାଷ୍ଟ୍ରପତି ରାମନାଥ କୋବିନ୍ଦ ତୃତୀୟ ଥର ପାଇଁ ପୁରୀ ଗସ୍ତରେ ଆସିଛନ୍ତି ।

- Advertisement -

ଅପରାହ୍ଣରେ ଶ୍ରୀମନ୍ଦିରକୁ ଯାଇ ରାଷ୍ଟ୍ରପତି ଦମ୍ପତି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି । ମନ୍ଦିର ଭିତରେ ଶ୍ରୀ କୋବିନ୍ଦ ୪୫ମିନିଟରୁ ଅଧିକ ସମୟ ରହିଥିଲେ । ଏଥିପାଇଁ ଦିନ ୪ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବେଶ ବନ୍ଦ ରହିଥିଲା । ପୁରୀ ରାଜ ଭବନରେ ରାଷ୍ଟ୍ରପତି ରାତ୍ରିଯାପନ କରିବେ। ରବିବାର ଶ୍ରୀଳ ପ୍ରଭୁପାଦ ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀଙ୍କ ୧୫୦ତମ ଜୟନ୍ତୀ ସମାରୋହରେ ଶ୍ରୀ କୋବିନ୍ଦ ଯୋଗଦାନ କରିବେ। ଦିନ ୧୦ଟା ୩୫ରେ ଟାଉନ ଥାନା ନିକଟସ୍ଥ ଚୈତନ୍ୟ ଗୌଡୀୟ ମଠକୁ ଯାଇ ପ୍ରଭୁପାଦଙ୍କ ପ୍ରତିମୂର୍ତ୍ତିରେ ରାଷ୍ଟ୍ରପତି ମାଲ୍ୟାର୍ପଣ କରିବେ। ଏହାପରେ ରବିବାର ଦିନ ୧୧ଟାରୁ ୧୨ଟା ପର୍ଯ୍ୟନ୍ତ ଶରଧାବାଲିରେ ହେବାକୁ ଥିବା ବିଶ୍ବ ବୈଷ୍ଣବ ସମ୍ମିଳନୀରେ ଯୋଗଦେଇ ଉଦ୍‌ବୋଧନ ଦେବେ। ଦିନ ୧୨ଟା ୫ରେ ହେଲିକପ୍ଟର ଯୋଗେ ପୁରୀ ତାଳବଣିଆ ହେଲିପ୍ୟାଡରୁ ଭୁବନେଶ୍ବର ଅଭିମୁଖେ ଯିବା କାର୍ଯ୍ୟକ୍ରମ ରହିଛି। ଶ୍ରୀ କୋବିନ୍ଦଙ୍କ ପୁରୀଗସ୍ତକୁ ଦୃଷ୍ଟିରେ ରଖି କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ରବିବାର ଦିନ ୧୨ଟା ୫ରେ ରାଷ୍ଟ୍ରପତି ତାଳବଣିଆ ହେଲିପ୍ୟାଡରୁ ହେଲିକପ୍ଟର ଯୋଗେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ଅଭିମୁଖେ ଯିବେ। ସେଠାରୁ ସ୍ବତନ୍ତ୍ର ବିମାନ ଯୋଗେ ଫେରିବାର କାର୍ଯ୍ୟକ୍ରମ ରହିଛି ।

Hot this week

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

Related Articles

Popular Categories