www.samajalive.in
Saturday, December 6, 2025
23.1 C
Bhubaneswar

ଶ୍ରୀକ୍ଷେତ୍ରରେ ବିଶ୍ବ ବୈଷ୍ଣବ ସମ୍ମିଳନୀ ୨ୟ ଅଧିବେଶନ ଅନୁଷ୍ଠିତ

ପୁରୀ: ଶ୍ରୀକ୍ଷେତ୍ରରେ ବିଶ୍ବ ବୈଷ୍ଣବ ସମ୍ମିଳନୀ ୨ୟ ଅଧିବେଶନ । ଏହି କାର୍ଯ୍ୟକ୍ରମରେ କଟକର ବାରବାଟି ବିଧାୟକ ମହମ୍ମଦ ମୋକିମ୍ ଏବଂ ଲୋକସେବକ ମଣ୍ଡଳ ରାଷ୍ଟ୍ରୀୟ ସମ୍ପାଦକ ତଥା ସମାଜର ମୁଖ୍ୟ ପ୍ରଶାସନିକ ଅଧିକାରୀ ଡ ପ୍ରଭାସ ଆଚାର୍ଯ୍ୟ  ଅତିଥି ଭାବେ ଯୋଗ ଦେଇଥିଲେ । ତାଙ୍କ ସହ ମଞ୍ଚରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମଧ୍ୟ ଉପସ୍ଥିତ ଥିଲେ । ଗୌଡୀୟ ମିସନର ପ୍ରତିଷ୍ଠାତା ଶ୍ରୀମଦ୍ ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀ ପ୍ରଭୁପାଦଙ୍କ ୧୫୦ତମ ଜନ୍ମଜୟନ୍ତୀର ତୃତୀୟ ବାର୍ଷିକୀ ପାଳନ ଅବସରରେ ଏହି କର୍ଯ୍ୟକ୍ରମ କରାଯାଇଥିଲା ।

ବିଶ୍ବ ବୈଷ୍ଣବ ସମ୍ମିଳନୀର ପ୍ରଥମ ଅଧିବେଶରେ ରାଷ୍ଟ୍ରପତି ରାମନାଥ କେବିନ୍ଦଙ୍କ ସହ ତାଙ୍କ ପତ୍ନୀ ତଥା ଦେଶର ପ୍ରଥମ ମହିଳା ସବିତା କୋବିନ୍ଦ ଯୋଗଦାନ କରିଥିଲେ । ଏହି ଅବସରରେ ଏକ ସ୍ମରଣିକାକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉନ୍ମୋଚନ କରିଛନ୍ତି। ବିଶ୍ବ ବୈଷ୍ଣବ ସମ୍ମିଳନୀକୁ ଉଦଘାଟନ ସମୟରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବି ମଞ୍ଚ ଉପରେ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା । ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିଶ୍ବ ବୈଷ୍ଣବ ସମ୍ମିଳନୀକୁ ଉଦଘାଟନ କରିବା ପୂର୍ବରୁ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠକୁ ଯାଇଥିଲେ । ସେଠାରେ ଚତୁର୍ଦ୍ଧା ମୂର୍ତ୍ତି, ରାଧାକୃଷ୍ଣ ଓ ଶ୍ରୀଚୈତନ୍ୟଙ୍କୁ ଦର୍ଶନ କରିଥିଲେ ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories