www.samajalive.in
Sunday, December 7, 2025
14.1 C
Bhubaneswar

ଗଣମାଧ୍ୟମ ଉପରେ ବାରମ୍ବାର ଆକ୍ରମଣ ଆମ ରାଜ୍ୟ ପାଇଁ ଶୁଭଙ୍କର ନୁହେଁ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଗଣମାଧ୍ୟମ ଉପରେ ବାରମ୍ବାର ଆକ୍ରମଣ ଆମ ରାଜ୍ୟ ପାଇଁ ଶୁଭଙ୍କର ନୁହେଁ ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ, ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭଳି ଆଜି ମଧ୍ୟ ଅନେକ ସ୍ଥାନରେ ହିଂସା ଏବଂ ସାମ୍ବାଦିକ ଭାଇଙ୍କ ଉପରେ ଆକ୍ରମଣ ହୋଇଥିବା ଦେଖାଯାଇଛି। ବିଶେଷତଃ ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ସାମ୍ବାଦିକଙ୍କ ଉପରେ ଅମାନୁଷିକ ଆକ୍ରମଣର ଦୃଶ୍ୟ ମୋତେ ବ୍ୟଥିତ କରିଛି।

- Advertisement -

ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ। ଗଣମାଧ୍ୟମ ଉପରେ ବାରମ୍ବାର ଆକ୍ରମଣ ଆମ ରାଜ୍ୟ ପାଇଁ ଶୁଭଙ୍କର ନୁହେଁ, ଯାହା ଦୁଃଖ ଓ ପରିତାପର ବିଷୟ। ରାଜନୀତିରେ ବାଦବିବାଦ ରୁହେ କିନ୍ତୁ ହିଂସାର ସ୍ଥାନ ନାହିଁ। ଲୋକଙ୍କ ସମସ୍ୟା ଓ ନିର୍ବାଚନ ସହ ଜଡ଼ିତ ଖବର ସଂଗ୍ରହ କରୁଥିବା ସାମ୍ବାଦିକ ଭାଇମାନଙ୍କ ଉପରେ ହେଉଥିବା ବାରମ୍ବାର ଆକ୍ରମଣ ଘଟଣା ନିର୍ବାଚନୀ ପରିଚାଳନା, ଆମର ଗଣତାନ୍ତ୍ରିକ ବ୍ୟବସ୍ଥା ତଥା ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ପ୍ରଶାସନର ଦାୟିତ୍ୱ ହେଉଛି ଲୋକଙ୍କୁ ସୁରକ୍ଷା ଓ ନ୍ୟାୟ ପ୍ରଦାନ କରିବା। ରାଜ୍ୟ ନିର୍ବାଚନ ଆୟୋଗ ନିର୍ବାଚନୀ ହିଂସା ଏବଂ ସାମ୍ବାଦିକଙ୍କ ଉପରେ ହେଉଥିବା ଆକ୍ରମଣକୁ ଗୁରୁତ୍ୱର ସହ ନେଇ କଠୋର ପଦକ୍ଷେପ ନିଅନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories