www.samajalive.in
Monday, December 8, 2025
24.1 C
Bhubaneswar

ତୃତୀୟ ପର୍ଯ୍ୟାୟରେ ୭୧% ମତଦାନ

ଭୁବନେଶ୍ବର: ତୃତୀୟ ପର୍ଯ୍ୟାୟରେ ପ୍ରାରମ୍ଭିକ ସୂଚନା ଅନୁସାରେ ୭୧% ମତଦାନ ହୋଇଛି ବୋଲି ରାଜ୍ୟ ନିର୍ବାଚନ ଆୟୋଗ ଆଦିତ୍ୟ ପ୍ରସାଦ ପାଢ଼ୀ ସୂଚନା ଦେଇଛନ୍ତି। ମତଦାନ ନେଇ ସୂଚନା ଦେଇ ଶ୍ରୀ ପାଢ଼ୀ କହିଛନ୍ତି ଯେ ରାଜ୍ୟର ୨୯ଟି ଜିଲ୍ଲାର ୬୩ଟି ବ୍ଲକର ୧୩୮୨ଟି ଗ୍ରାମ ପଞ୍ଚାୟତରେ ୧୭୧ଟି ଜିଲା ପରିଷଦ ସଭ୍ୟ ପାଇଁ ୧୮,୪୯୫ ବୁଥରେ ନିର୍ବାଚନ ଶେଷ ହୋଇଛି। କିଛି ସ୍ଥାନରେ ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ମତଦାନ ବାଧାପ୍ରାପ୍ତ ହୋଇଛି। ଏ ସମ୍ପର୍କରେ ଜିଲାପାଳମାନଙ୍କଠାରୁ ରିପୋର୍ଟ ପାଇବା ପରେ ପଦକ୍ଷେପ ନିଆଯିବ।
ଅନ୍ୟପଟେ ଯାଜପୁର ବିଞ୍ଝାରପୁରରେ ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ହୋଇଥିବା ଆକ୍ରମଣକୁ କମିଶନ ଦୃଢ ଭାବେ ନିନ୍ଦା କରିଛନ୍ତି। ଏହି ସମ୍ପର୍କରେ ସେ ପୋଲିସ ଡିଜି ଓ ଯାଜପୁର ଜିଲା ପ୍ରଶାସନଙ୍କୁ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦେଶ ଦେଇଥିବା ସୂଚନା ଦେଇଛନ୍ତି। ମାଲକାନଗିରି ଜିଲ୍ଲାର ମାଥିଲି ଓ ପୋଡିଆ ବ୍ଲକ, କନ୍ଧମାଳ ଜିଲାର ଫିରିଙ୍ଗିଆ ବ୍ଲକ ମାଓ ପ୍ରବଣ ସ୍ଥାନ ହୋଇଥିଲେ ବି ସେଠାରେ ଶାନ୍ତିଶୃଙ୍ଖଳାରେ ନିର୍ବାଚନ ଶେଷ ହୋଇଛି। ବିଶେଷ ଭାବରେ ମାଲକାନଗିରି ଜିଲାରେ ଗତ ଦୁଇଟି ପର୍ଯ୍ୟାୟ ଭଳି ଏ ପର୍ଯ୍ୟାୟରେ ମଧ୍ୟ ମତଦାନ ହାର ବେଶ ଉତ୍ସାହଜନକ ହୋଇଛି।

ତୃତୀୟ ପର୍ଯ୍ୟାୟରେ ମୋଟ ୫୬ ଲକ୍ଷ ୫୩ ହଜାରରୁ ଅଧିକ ଭୋଟର ଥିବାବେଳେ ପ୍ରାରମ୍ଭିକ ସୂଚନା ଅନୁସାରେ ରାଜ୍ୟରେ ମୋଟ ୭୧ ପ୍ରତିଶତ ମତଦାନ ହୋଇଛି । କିଛି ସ୍ଥାନରେ ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ନିର୍ବାଚନ କାର୍ଯ୍ୟରେ ଅସୁବିଧା ସୃଷ୍ଟି ହେବା ଫଳରେ ଭୋଟଗ୍ରହଣ ବାଧାପ୍ରାପ୍ତ ହୋଇଛି ବୋଲି ରାଜ୍ୟ ନିର୍ବାଚନ ଆୟୋଗ ସୂଚନା ଦେଇଛନ୍ତି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories