www.samajalive.in
Monday, December 8, 2025
17.1 C
Bhubaneswar

‘ଜିମସାର’ରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ

ଭୁବନେଶ୍ୱର: କଟକ ଗୋପବନ୍ଧୁ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ (ଜିମସାର)ର ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପ୍ରସ୍ତାବିତ ବହୁତଳ ଅଟ୍ଟାଳିକାର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଅନାବରଣ ଉତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟଅତିଥି ଭାବେ ଯୋଗଦେଇ ଜିମସାରର ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପ୍ରସ୍ତାବିତ ବହୁତଳ ଅଟ୍ଟାଳିକାର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଅନାବରଣ ଉତ୍ସବରେ ଯୋଗଦେଇଛନ୍ତି। ଲୋକସେବକ ମଣ୍ଡଳ ଓଡ଼ିଶା ଶାଖା ଅଧ୍ୟକ୍ଷ ତଥା ଜିମସାର ଅଧ୍ୟକ୍ଷ ନିରଞ୍ଜନ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବକ ମଣ୍ଡଳ ରାଷ୍ଟ୍ରୀୟ ସମ୍ପାଦକ ଡ.ପ୍ରଭାସ ଆଚାର୍ଯ୍ୟ, ଆଜୀବନ ସଦସ୍ୟ ରାଜେନ୍ଦ୍ର ଜେନା, ‘ସମାଜ’ର କାର୍ଯ୍ୟକାରୀ ସମ୍ପାଦକ ସୁଶାନ୍ତ ମହାନ୍ତି, ଜିମସାର ଚିକିତ୍ସା ବିଦ୍ୟାଳୟର ମୁଖ୍ୟ ଚିକିତ୍ସାଧିକାରୀ ପଦ୍ମଚରଣ ଦାସ, ନର୍ସିଂ ମହାବିଦ୍ୟାଳୟର ଅଧ୍ୟକ୍ଷା ରାଜଶ୍ରୀ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଅଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories