www.samajalive.in
Wednesday, December 10, 2025
23.1 C
Bhubaneswar

ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ୪ମୃତ, ୭ ଗୁରୁତର

ଭବାନୀପାଟଣା: କେସିଙ୍ଗା ଥାନା ତୁର୍ଲାଖମଣ ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବରଯାତ୍ରୀ ଗାଡ଼ି ସହ ଏକ ଟ୍ରକ୍‍ ଦୁର୍ଘଟଣା ହେବା ଫଳରେ ୪ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୭ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ପ୍ରଥମେ କେସିଙ୍ଗା ଡାକ୍ତରଖାନା ଓ ପରେ ଭବାନୀପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସୂଚନା ମୁତାବକ ଗତକାଲି ଜଣେ ଯୁବକଙ୍କ ପିପଳପଦରରେ ବାହାଘର ଥିଲା । ବାହାଘର ସାରିବା ପରେ ସିସକେଲା ଫେରୁଥିବା ବେଳେ ଏହି ଦୁର୍ଘଟଣା ହୋଇଛି । ମୃତକଙ୍କ ମଧ୍ୟରେ ୩ଜଣ ମହିଳା ଓ ଜଣେ ପୁରୁଷ ରହିଥିବା ସୂଚନା ମିଳିଛି । ଗୁରୁତରଙ୍କ ମଧ୍ୟରେ ଜଣେ ଶିଶୁ ମଧ୍ୟ ରହିଛନ୍ତି । ଏନେଇ ଖବର ପାଇବା ପରେ ଘଟଣାସ୍ଥଳରେ ପୁଲିସ ଓ ସ୍ଥାନୀୟ ଲୋକ ପହଞ୍ଚିଥିଲେ । ଗୁରୁତର ଓ ମଅତକଙ୍କୁ ଉଦ୍ଧାର କରିବା ସହ ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ । ଦୁର୍ଘଟଣାକୁ ନେଇ ପୁଲିସ ତଦନ୍ତ ଜାରି ରଖିଛି ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories