www.samajalive.in
Wednesday, December 10, 2025
23.1 C
Bhubaneswar

ଦେଶରେ ଆଉ ୧୩,୪୦୫ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଆଜି ଦେଶରେ ୧୫ ହଜାର ତଳକୁ ଖସିଛି ଦୈନିକ କରୋନା ସଂକ୍ରମଣ । ଗୋଟିଏ ଦିନରେ ଆଉ ୧୩,୪୦୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ଆଉ ୩୪,୨୨୬ କରୋନା ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ଦେଶରେ ଏଯାଏ କରୋନାରୁ ମୋଟ୍ ସୁସ୍ଥ ହେଲେଣି ୪,୨୧,୫୮,୫୧୦ ଆକ୍ରାନ୍ତ । ସେହିପରି ଗତ ୨୪ ଘଣ୍ଟାରେ ଆଉ ୨୩୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୫,୧୨,୩୪୪ ରେ ପହଞ୍ଚିଛି । ଦେଶରେ ମୋଟ୍ ସକ୍ରିୟ ଆକ୍ରାନ୍ତ ୧,୮୧,୦୭୫ ରହିଛି । ଦୈନିକ ପଜିଟିଭିଟି ହାର ୧.୨୪%କୁ ଖସିଛି । ସଂକ୍ରମଣକୁ ମାତ୍ ଦେବାକୁ ଦେଶରେ ଟିକାକରଣ କରାଯାଉଛି ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories