www.samajalive.in
Tuesday, December 9, 2025
23.1 C
Bhubaneswar

ବୁଧବାରରୁ ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର, : ପଶ୍ଚିମା ଝଡ ସହ ସମୁଦ୍ର ଉପରୁ ବହୁଥିବା ବାୟୁର ମିଶ୍ରଣ ଯୋଗୁଁ ବୃଦ୍ଧି ପାଇଛି ଆଦ୍ରତା । ଏହାର ପ୍ରଭାବରେ ବୁଧବାରରେ ଉପକୂଳ ଓଡ଼ିଶା ସହ ଅଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ପରିବେଶ ଏବଂ ଜଳବାୟୁ କେନ୍ଦ୍ରର ସୂଚନା ଅନୁସାରେ ଉପକୂଳ ଓଡ଼ିଶା ସହ ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜର କେତକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି।

ଉଭୟ ବଙ୍ଗୋପ ସାଗର ଏବଂ ଆରବ ସାଗର ଆଡୁ ଓଡ଼ିଶା ଆଡକୁ ମୁହାଁଉଥିବା ଆଦ୍ରତାର ବୃଦ୍ଧି ଯୋଗୁଁ ଦିନର ତାପମାତ୍ରା ବୃଦ୍ଧି ପାଇବ ଯେଉଁ କାରଣରୁ ଏଭଳି ପାଣିପାଗ ସୃଷ୍ଟି ହେବ ବୋଲି ସିଇସି ପକ୍ଷରୁ କୁହାଯାଇଛି । ଏହା ଦ୍ୱାରା ଭଳି ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକ ପ୍ରଭାବିତ ହେବାର ସମ୍ଭାବନା ରହିଛି । ଏଭଳି ପାଣିପାଗ ସହ ପଶ୍ଚିମା ଝଡର ମିଶ୍ରଣ ଯୋଗୁଁ ଫେବୃଆରୀ ୨୬ ତାରିଖରୁ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଫେବୃଆରୀ ୨୮ ଓ ମାର୍ଚ୍ଚ ୧ ତାରିଖକୁ ଛାଡ଼ିଦେଲେ ମାର୍ଚ୍ଚ ପ୍ରଥମ ସପ୍ତାହରେ ବର୍ଷା ଜାରୀ ରହିବ ବୋଲି ସିଇସି ପକ୍ଷରୁ କୁହାଯାଇଛି ।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories