ରେଢାଖୋଲ : ରେଢାଖୋଲ ବନଖଣ୍ଡ ଚାରମାଳ ରେଞ୍ଜ୍ ଅନ୍ତର୍ଗତ କଣ୍ଢାଳ ଗ୍ରାମର ସୁରୁ ଦେହୁରୀ(୨୫) ନାମକ ଚାଷୀ ଶୁକ୍ରବାର ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ରେଢାଖୋଲ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତେବେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଆଜି ପୂର୍ବାହ୍ନ ପ୍ରାୟ ସାଢେ ୧୦ଟା ସମୟରେ ସୁରୁ ତାଙ୍କ ଚାଷ ଜମୀରେ ସାର ପକାଉଥିବା ବେଳେ ନିକଟସ୍ଥ ଜଙ୍ଗଲରୁ ଏକ ଭାଲୁ ଆସି ତାଙ୍କୁ ଆକ୍ରମଣ କରିଥିଲା।
Popular Categories



