www.samajalive.in
Saturday, December 6, 2025
23.1 C
Bhubaneswar

ଅଫଲାଇନ୍‌ରେ ହିଁ ହେବ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା

ନୂଆଦିଲ୍ଲୀ: ଅଫଲାଇନ ବୋର୍ଡ଼ ପରୀକ୍ଷା ବାତିଲ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି। ବୁଧବାର ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇ କହିଛନ୍ତି ଯେ, ଏପରି ଆବେଦନ ଛାତ୍ରଛାତ୍ରୀମାନଙ୍କୁ ମିଥ୍ୟା ସାନ୍ତ୍ୱନା ଦେଇଥାଏ । କୋର୍ଟଙ୍କ ଏହି ପଦକ୍ଷେପ ସହ ଏହା ସ୍ପଷ୍ଟ ହୋଇଛି ଯେ, ଚଳିତ ବର୍ଷ ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଅଫଲାଇନରେ ହିଁ ହେବ।

ସୂଚନାଯୋଗ୍ୟ, ସମଗ୍ର ଦେଶରେ ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ଅଫଲାଇନ୍ ପରୀକ୍ଷା ବାତିଲ କରିବାକୁ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଥିଲା। ସମସ୍ତ କେନ୍ଦ୍ରୀୟ ଏବଂ ରାଜ୍ୟ ଶିକ୍ଷା ବୋର୍ଡ ଯଥା ସିବିଏସଇ, ଆଇସିଏସଇ ଏବଂ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଓପନ୍ ସ୍କୁଲିଂ (ଏନଆଇଓଏସ) ତଥା ବିଭିନ୍ନ ରାଜ୍ୟର ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ଅଫଲାଇନ୍ ପରୀକ୍ଷା ବାତିଲ କରିବାକୁ ଆବେଦନ କରାଯାଇଥିଲା।

- Advertisement -

 

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories