www.samajalive.in
Wednesday, December 10, 2025
16.1 C
Bhubaneswar

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଚୁଡାନ୍ତ : ରାତି ପାହିଲେ ଭୋଟ୍

ଭୁବନେଶ୍ବର : ରାଜ୍ୟରେ ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ଗୁରୁବାର (ଆସନ୍ତାକାଲି) ଭୋଟ୍‍ ଗ୍ରହଣ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଚୁଡାନ୍ତ ହୋଇଛି। ପୁଲିଂ ପାର୍ଟି ବିଭିନ୍ନ ସ୍ତାନରେ ପହଞ୍ଚି ସାରିଛନ୍ତି । ଏହି ପର୍ଯ୍ୟାୟରେ ରାଜ୍ୟର ୨୫ ଜିଲ୍ଲାର ୪୮ ବ୍ଲକର ୧୩୧ଟି ଜିଲ୍ଲା ପରିଷଦ ଜୋନ ପାଇଁ ନିର୍ବାଚନ ହେବ। ଏଥିପାଇଁ ୫୨୦ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି । ୯୭୫ଟି ପଞ୍ଚାୟତ ଏବଂ ୧୩ ହଜାର ୫୧୪ଟି ୱାର୍ଡରେ ମତଦାନ ହେବ। ଏଥିରେ ୪୧ ଲକ୍ଷ ୮୮ ହଜାର ୩୮୨ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ମୋଟ ୧୩ ହଜାର ୫୧୪ ବୁଥ ମଧ୍ୟରୁ ୨୦୨୭ଟି ବୁଥକୁ ସମ୍ବେଦନଶୀଳ ବୁଥ୍ ଭାବେ ଚିହ୍ନଟ କରାଯାଇଛି। ଏ ନେଇ ସେଠାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ୫ ଜିଲ୍ଲାରେ ନିର୍ବାଚନ ଶେଷ ହୋଇଥିବାରୁ ସେଠାରେ ନିୟୋଜିତ ହୋଇଥିବା ପୁଲିସ ବାହିନୀକୁ ଏହି ୨୫ ଜିଲ୍ଲାରେ ଅତିରିକ୍ତ ଭାବେ ନିୟୋଜିତ କରାଯାଇଛି।
ପଞ୍ଚମ ପର୍ଯ୍ୟାୟ ଭୋଟ ଶେଷ ହେବା ପରେ ଫେବୃୟାରୀ ୨୬, ୨୭ ଓ ୨୮ ତାରିଖ ପର୍ଯ୍ୟନ୍ତ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ। ଇତିମଧ୍ୟରେ ଭୋଟ ଗଣତି ପାଇଁ ବିଭିନ୍ନ ସ୍ତରରେ ପ୍ରଶିକ୍ଷଣ କାର୍ଯ୍ୟ ଚାଲିଛି । ବ୍ଲକ ମୁଖ୍ୟାଳୟ ତଥା ବିଭିନ୍ନ ସ୍ତାନରେ କଡାସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭୋଟ ବାକ୍ସ ଗୁଡ଼ିକୁ ଷ୍ଟ୍ରଙ୍ଗ୍‍ରୁମରେ ରଖାଯାଇଛି । ସେଠାରେ ସିସିଟିଭିର ବ୍ୟବସ୍ଥା କରାଯାଇଛି। ଭୋଟ ଗଣତି ପାଇଁ ମାର୍ଗଦର୍ଶିକା ମଧ୍ୟ ଜାରି କରାଯାଇଛି। ଗଣତି ପୂର୍ବରୁ କୌଣସି ପରିସ୍ଥିତିରେ ଷ୍ଟ୍ରଙ୍ଗ୍‍ରୁମ୍‍ ନ ଖୋଲିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତଙ୍କ ପକ୍ଷରୁ କୁହାଯାଇଛି।

 

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories