www.samajalive.in
Saturday, December 13, 2025
26.1 C
Bhubaneswar

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ; ଦୁଇ ଆତଙ୍କବାଦୀ ନିହତ

ଜମ୍ମୁ : ଜମ୍ମୁ-କାଶ୍ମୀରର ଶୋପିୟାଁରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ଅଞ୍ଚଳରେ ବର୍ତ୍ତମାନ ତଲାସି ଅଭିଯାନ ଜାରି ରହିଛି।
ମିଳିଥିବା ସୂଚନା ଅନୁଯାୟୀ, ଶୋପିୟାଁ ଜିଲାର ଅମଶୀପୋରା ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ଖବର ମିଳିଥିଲା। ସୂଚନା ପାଇବା ମାତ୍ରେ ସୁରକ୍ଷାକର୍ମୀ ଅଞ୍ଚଳରେ ତଲାସି ଆରମ୍ଭ କରିଥିଲେ।
ଏହି ସମୟରେ ଆତଙ୍କବାଦୀ ନିଜକୁ ଘେରାଉ ଅବସ୍ଥାରେ ଦେଖି ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିଚାଳନା କରିଥିଲେ। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିଚାଳନାରେ ଦୁଇ ଆତଙ୍କବାଦୀ ନିହତ ହୋଇଥିଲେ। ଘଟଣାସ୍ଥଳରେ ଅନେକ ସାଧାରଣ ନାଗରିକ ଥିବାରୁ ସେମାନଙ୍କୁ ପ୍ରଥମେ ସୁରକ୍ଷିତ ସ୍ଥାନକୁ ପଠା ଯାଇଥିଲା। ଆତଙ୍କବାଦୀଙ୍କ ନିକଟରୁ ବହୁଳ ସଂଖ୍ୟାରେ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଏବେ ମଧ୍ୟ ଉକ୍ତ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଛନ୍ତି। ବର୍ତ୍ତମାନ ମଧ୍ୟ ତଲାସି ଅଭିଯାନ ଜାରି ରହିଛି। ଗମନାଗମନର କିଛି ସ୍ଥାନକୁ ବନ୍ଦ ରଖାଯାଇଛି।

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories