www.samajalive.in
Sunday, December 7, 2025
26.1 C
Bhubaneswar

ଫେରିବେ ଓଡିଆ ଛାତ୍ରଛାତ୍ରୀ ! ସରକାର ବହନ କରିବେ ସମସ୍ତ ଖର୍ଚ୍ଚ

ଭୁବନେଶ୍ବର : ୟୁକ୍ରେନ ଉପରେ ରୁଷର ସାମରିକ ଆକ୍ରମଣ ପରେ ସେଠାରେ ଫସି ରହିଥିବା ଓଡିଆ ଛାତ୍ରଛାତ୍ରୀ ଓ ଶ୍ରମିକମାନଙ୍କୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ ଆରମ୍ଭ କରିଛନ୍ତି । ସେମାନଙ୍କୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଏନେଇ ଟ୍ବିଟ ମାଧ୍ୟମରେ ସୂଚନା ଦେଇଛନ୍ତି ।

ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହ ଓଡିଆ ଛାତ୍ରଛାତ୍ରୀ ଓ ଶ୍ରମିକମାନଙ୍କ ସୁରକ୍ଷା ପ୍ରସଙ୍ଗରେ ଆଲୋଚନା କରିଥିଲେ। ସେଠାରେ ଫସି ରହିଥିବା ସମସ୍ତ ଓଡ଼ିଆଙ୍କୁ ସୁରକ୍ଷିତ ଭାବେ ଫେରାଇ ଆଣିବା ପାଇଁ ଶ୍ରୀ ସାହାଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ  ନିଜସ୍ବ ଖର୍ଚ୍ଚରେ ସମସ୍ତଙ୍କୁ ଫେରାଇ ଆଣିବା ନେଇ ଘୋଷଣା କରିଛନ୍ତି । ଏନେଇ ସେ କେନ୍ଦ୍ର ସରକାରଙ୍କୁ ମଧ୍ୟ ଅବଗତ କରାଇଛନ୍ତି।

- Advertisement -

ଅନ୍ୟପକ୍ଷରେ ୟୁକ୍ରେନରେ ଫସିଥିବା ତାମିଲ ଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ତାମିଲନାଡ଼ୁ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ ବୋଲି ଶୁକ୍ରବାର ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ୍‌ ଘୋଷଣା କରିଛନ୍ତି । ତାମିଲନାଡ଼ୁ ସରକାରଙ୍କ ଏହି ଘୋଷଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଉଛି। ୟୁକ୍ରେନରେ ଫସି ରହିଥିବା ଓଡିଆଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ହେଲ୍ପ ଲାଇନ ନମ୍ବର ଜାରି କରାଯାଇଛି।

ହ୍ବାଟ୍ସ ଆପ୍ ନମ୍ବର  : ୯୧+ ୮୫୨୭୫ ୮୦୨୪୫
ହେଲ୍ପ ଲାଇନ ନମ୍ବର  : ୦୧୧-୨୩୦୧୨୭୫୧

ଓଡିଆ ଛାତ୍ରଛାତ୍ରୀଙ୍କୁ ସୁରକ୍ଷିତ ଭାବେ ଫେରାଇ ଆଣିବା ପାଇଁ ବରିଷ୍ଠ ପ୍ରଶାସନିକ ଅଧିକାରୀ, ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନାଙ୍କୁ ସମନ୍ବୟ ରକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

Hot this week

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

Related Articles

Popular Categories