www.samajalive.in
Sunday, December 7, 2025
23.1 C
Bhubaneswar

ଇଣ୍ଡିଗୋ ବସରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ୫୦ ବିମାନ ଯାତ୍ରୀ

ଚେନ୍ନଇ : ଚେନ୍ନଇ ବିମାନ ବନ୍ଦରରେ ଇଣ୍ଡିଗୋ ଏୟାରଲାଇନ୍ସର ଏକ ବସ୍‍ରେ ଗୁରୁବାର ସନ୍ଧ୍ୟାରେ ନିଅାଁ ଲାଗିଯାଇଥିଲାବେଳେ ବିମାନ କର୍ତ୍ତୃପକ୍ଷ ଏବଂ ଅଗ୍ନିଶମ କର୍ମଚାରୀଙ୍କ ସମୟୋଚିତ୍‍ ପଦକ୍ଷେପ ଯୋଗୁଁ ଏକ ବଡ଼ଧରଣର ଦୁର୍ଘଟଣା ଟଳିଯାଇଛି। ସୂଚନା ଅନୁସାରେ ୫୦ ଜଣ ଯାତ୍ରୀଙ୍କୁ ନେଇ ଇଣ୍ଡିଗୋର ଏକ ବସ୍‍ ଏକ ବିମାନ ଅବତରଣ କରିଥିବା ସ୍ଥାନକୁ ଯାଉଥିଲା। ମାତ୍ର ବୋଡିଂ ଗେଟ୍‍ ନଂ ୧୩ ପାଖରେ ବସ୍‍ରେ ହଠାତ୍‍ ନିଆଁ ଲାଗି ଯାଇଥିଲା। ଅଗ୍ନିଶମ ବାହିନୀ ଏବଂ ଉଦ୍ଧାରକାରୀ ଦଳ ତୁରନ୍ତ ନିଆଁ ଲିଭାଇବାର ବ୍ୟବସ୍ଥା କରିଥିଲେ। ଏହି ଘଟଣାରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି। ଦୁର୍ଘଟଣାର କାରଣ ଜଣାପଡି ନ ଥିବା ବେଳେ ଏ ନେଇ ଅଧିକାରୀମାନେ ତଦନ୍ତ ଚଳାଇଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories