www.samajalive.in
Sunday, December 14, 2025
26.1 C
Bhubaneswar

ମଣିପୁର : ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଶେଷ, ୨୮ରେ ମତଦାନ

ଇମ୍ଫାଲ : ମଣିପୁରର ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଶନିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ମଣିପୁରରେ ଦୁଇଟି ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ହେଉଛି।
ଆସନ୍ତା ୨୮ ତାରିଖରେ ମଣିପୁରର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ହେବ। ମଣିପୁରର ୬ଟି ଜିଲ୍ଲାର ୩୮ଟି ଆସନରେ ଏହି ପର୍ଯ୍ୟାୟରେ ମତଦାନ ହେବ। ସେଗୁଡ଼ିକ ମଧ୍ୟରୁ ଗୋଟିଏ ଆସନ ଅନୁସୂଚୀତ ଜାତିର ପ୍ରାର୍ଥୀଙ୍କ ପାଇଁ ସଂରକ୍ଷିତ ଥିବା ବେଳେ ୮ଟି ଆସନ ଅନୁସୂଚୀତ ଉପଜାତିର ପ୍ରାର୍ଥୀମାନଙ୍କ ପାଇଁ ସଂରକ୍ଷିତ ରହିଛି । ଭୋଟ୍‍ ନିଆଯାଉଥିବା ନିର୍ବାଚନ ମଣ୍ଡଳୀଗୁଡ଼ିକ ପୂର୍ବ ଓ ପଶ୍ଚିମ ଇମ୍ଫାଲ, ବିଷ୍ଣୁପୁର, ଫେରଜଲ୍‍, ଚୂଡ଼ାଚାନ୍ଦପୁର ଓ କାଙ୍ଗ୍‍ପୋକ୍‍ପି ଜିଲ୍ଲାରେ ରହିଛି। ଏହି ପର୍ଯ୍ୟାୟରେ ୧୭୩ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି । ସେମାନଙ୍କ ମଧ୍ୟରେ ୧୫ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories