www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟରେ ଆଉ ୨୫୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୧୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧୦୫ ଜଣ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୮୩ ପଜିଟିଭ୍ ରହିଥିବା ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ୨୫ ଜିଲ୍ଲାରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୫ ଜିଲ୍ଲାରେ କୌଣସି କରୋନା ମାମଲା ଆସିନାହିଁ । ତେବେ ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛି । ଅନ୍ୟପଟେ ଆଜି ଗୋଟିଏ ଦିନରେ କରୋନାରୁ ଆଉ ୪୯୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୭୨ ହଜାର ୯୨୨ ଆକ୍ରାନ୍ତ । ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ୮୨୮ ରହିଛି । ସେହିପରି ରାଜ୍ୟରେ ଏଯାଏ ମୋଟ୍ ୧୨,୮୪.୮୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories