www.samajalive.in
Sunday, December 14, 2025
16.1 C
Bhubaneswar

ରାଜ୍ୟରେ ଆଉ ୧୭୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୯୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୭୩ ଜଣ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩୪ ପଜିଟିଭ୍ ରହିଥିବା ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ୨୫ ଜିଲ୍ଲାରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୫ ଜିଲ୍ଲାରେ କୌଣସି କରୋନା ମାମଲା ଆସିନାହିଁ । ତେବେ ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୨୩ ଆକ୍ରାନ୍ତ ଚିହ୍ନଟ ହୋଇଛି । ଅନ୍ୟପଟେ ଆଜି ଗୋଟିଏ ଦିନରେ କରୋନାରୁ ଆଉ ୩୮୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୭୩ ହଜାର ୩୦୪ ଆକ୍ରାନ୍ତ । ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ୬୧୦ ରହିଛି । ସେହିପରି ରାଜ୍ୟରେ ଏଯାଏ ମୋଟ୍ ୧୨୮୫୦୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories