www.samajalive.in
Monday, December 15, 2025
15.1 C
Bhubaneswar

କ୍ରୀଡ଼ାବିତଙ୍କ ଅନ୍ତର୍ନିହିତ ପ୍ରତିଭାର ପରିପ୍ରକାଶ ପାଇଁ କୁଇଜ୍‌ ଓ ସଂଗୀତ ପ୍ରତିଯୋଗିତା

ଭୁବନେଶ୍ୱର : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉପଲକ୍ଷେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ବିଭିନ୍ନ ବର୍ଗରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। କଳିଙ୍ଗ ଷ୍ଟାଡିୟମ୍‌ ପରିସରରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବାବେଳେ କ୍ରୀଡ଼ାବିତ୍‌, ସହାୟକ କର୍ମଚାରୀ, କ୍ରୀଡ଼ା କର୍ମକର୍ତ୍ତା, ପ୍ରଶିକ୍ଷକ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗ କର୍ମଚାରୀଙ୍କ ମଧ୍ୟରେ ଚିତ୍ରକଳା ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା।
ସେହିପରି କ୍ରୀଡ଼ାବିତଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାର ପରିପ୍ରକାଶ ପାଇଁ ସେମାନଙ୍କ ମଧ୍ୟରେ କୁଇଜ୍‌ ଏବଂ ସଂଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।

 

- Advertisement -

ଏହିସବୁ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମାର୍ଚ୍ଚ ୫ ତାରିଖ ଦିନ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ପୁରସ୍କୃତ କରାଯିବାର କାର୍ଯ୍ୟକ୍ରମ ରହିଛି । କ୍ରୀଡ଼ା ଓ ଯୁବସେବା ବିଭାଗର ଯୁଗ୍ମ ଶାସନ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ପ୍ରତିଯୋଗିତାକୁ ଅନୁଶାସନ ସଚିବ ରାଜେନ୍ଦ୍ର ପ୍ରସାଦ ପାଣି, ଲକ୍ଷ୍ମୀକାନ୍ତ ମିଶ୍ର ଏବଂ ପ୍ରୋଗ୍ରାମ ଅଫିସର ଡ. ନିବେଦିତା ଆଚାର୍ଯ୍ୟଙ୍କ ସମେତ ଅନ୍ୟ ଅଧିକାରୀମାନେ ପରିଚାଳନା କରିଥିଲେ। କ୍ରୀଡ଼ା ବିଭାଗ ତଥା କଳିଙ୍ଗ ଷ୍ଟାଡିୟମ୍‌ ପରିସରରେ ଥିବା ସମସ୍ତ ଛାତ୍ରାବାସର ଅନ୍ତେବାସୀ ଏବଂ ହାଇ ଫରଫର୍ମାନ୍ସ ସେଣ୍ଟର ଓ କ୍ରୀଡ଼ା ବିଭାଗର କର୍ମଚାରୀଙ୍କୁ ନେଇ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories