www.samajalive.in
Saturday, December 13, 2025
21.1 C
Bhubaneswar

କଣ୍ଟାବାଞ୍ଜି ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତୀୟ ବିଜ୍ଞାନ ଦିବସ ପାଳିତ

କଣ୍ଟାବାଞ୍ଜି :  କଣ୍ଟାବାଞ୍ଜି ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ଶ୍ୟାମ ସୁନ୍ଦର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନ କାର୍ଯ୍ୟକ୍ରମରେ କଣ୍ଟାବାଞ୍ଜି ସଂକୁଳ ପ୍ରମୁଖ ରାମଚନ୍ଦ୍ର ସାହୁ, ପରିଚାଳନା ସମିତିର କୋଷାଧ୍ୟକ୍ଷ କୁଞ୍ଜ ବିହାରୀ ବେହେରା ଏବଂ ବିଜ୍ଞାନ ପ୍ରମୁଖ ଆଚାର୍ଯ୍ୟ ଗୁଣନିଧି ମିଶ୍ର ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଜାତୀୟ ବିଜ୍ଞାନ ଦିବସ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଶିଶୁ ମନ୍ଦିର ବିଭାଗର ଶୈକ୍ଷିକ ପ୍ରମୁଖ ଲତାମଞ୍ଜରୀ ପ୍ରଧାନ ମଞ୍ଚାସୀନ ଅତିଥି ଓ ଅଧିକାରୀଙ୍କ ପରିଚୟ ପ୍ରଦାନ କରିଥିଲେ ଏବଂ ବରିଷ୍ଠ ଆଚାର୍ଯ୍ୟା ସଂଗୀତା ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । ଅନୁଷ୍ଠାନର ଛାତ୍ର ଛାତ୍ରୀମାନେ ମଧ୍ୟ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ଛାତ୍ରୀ ଶୁଭସ୍ମିତା ପାଢୀ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ବୈଜ୍ଞାନିକଙ୍କ ଜୀବନୀ ଉପରେ ବକ୍ତୃତା ଓ ଆଲୋଚନା ଚକ୍ର ଅନୁଷ୍ଠିତ ହେବା ସହିତ ବିଭିନ୍ନ ବିଜ୍ଞାନ କ୍ରିୟାକଳାପ, ପ୍ରକଳ୍ପ ପ୍ରଦର୍ଶନ, ପ୍ରଶ୍ନମଞ୍ଚ ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ସେବକ ସେବିକାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସମ୍ପନ୍ନ ହୋଇଥିଲା ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories