www.samajalive.in
Sunday, December 14, 2025
26.1 C
Bhubaneswar

ପ୍ରଜାପିତା ବ୍ରହ୍ମ କୁମାରୀ ପକ୍ଷରୁ ତ୍ରିମୂର୍ତ୍ତି ଶିବ ଜୟନ୍ତୀ ପାଳନ

ରେଙ୍ଗାଲି: ସମ୍ବଲପୁର ଜିଲା ରେଙ୍ଗାଲି ସ୍ଥିତ ପ୍ରଜାପିତା ବ୍ରହ୍ମ କୁମାରୀ ରେଙ୍ଗାଲି ଶାଖା ପକ୍ଷରୁ ମହାଶିବରାତ୍ରି ଅବସରରେ ୮୬ ତମ ତ୍ରିମୂର୍ତ୍ତି ଶିବ ଜୟନ୍ତୀ ପାଳନ କରାଯାଇଛି। ଶୁକ୍ରବାର ଦିନ ଆୟୋଜିତ ଏହି ଉତ୍ସବରେ ରେଙ୍ଗାଲି ନବ ନିର୍ବାଚିତ ସରପଞ୍ଚ ଚିତ୍ତରଞ୍ଜନ ବାଗ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦେଵବ୍ରତ ପଣ୍ଡା, ପୂର୍ଣାନନ୍ଦ ସାହୁ ଅତିଥି ଭାବରେ ଯୋଗ ଦେଇଥିଲେ। ସେବା କେନ୍ଦ୍ରର ମୁଖ୍ୟ ପରିଚାଲିକା ବ୍ରହ୍ମକୁମାରୀ କନକଲତା ଭଉଣୀଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କେନ୍ଦ୍ରର ବରିଷ୍ଠ ସଭ୍ୟ ବସନ୍ତ କୁମାର ନାୟକ ଓ ମାଣିକ ଭାଇ ଅନୁଷ୍ଠାନର ଉଦେଶ୍ୟ ଏବଂ ତ୍ବିତ୍ରିମୂର୍ତ୍ତି ଶିବ ଜୟନ୍ତୀ ଉପରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମ ଆୟୋଜନରେ ଭାଇ ପବିତ୍ର, ଭାଇ ପ୍ରଶାନ୍ତଙ୍କ ସହ ଅନୁଷ୍ଠାନର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories