www.samajalive.in
Monday, December 8, 2025
13.1 C
Bhubaneswar

ରୁଷ – ୟୁକ୍ରେନ ଯୁଦ୍ଧ ; ୟୁକ୍ରେନର ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟ ଉପରେ ଆକ୍ରମଣ

ନୂଆଦିଲ୍ଲୀ : ରୁଷ – ୟୁକ୍ରେନ ମଧ୍ୟରେ ଆଜି ଯୁଦ୍ଧର ନବମ ଦିନ। ରୁଷ ପକ୍ଷରୁ ୟୁକ୍ରେନ ଉପରେ ଆକ୍ରମଣ ଜାରି ରହିଥିବା ବେଳେ ୟୁକ୍ରେନର ଜାପୋରୀଝଝିଆ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟ ଉପରେ ଆକ୍ରମଣ କରିଛି। ଆକ୍ରମଣ ପରେ ପ୍ଲାଣ୍ଟରେ ଭୀଷଣ ନିଆଁ ଲାଗି ଯାଇଛି।
ରୁଷ ସେନା ୟୁକ୍ରେନର ଅନେକ ସହରରେ ଦ୍ରୁତ ଗତିରେ ଆକ୍ରମଣ ଜାରି ରଖିଛି। ଏହାମଧ୍ୟରେ ଚର୍ନୀହୀବରେ ହୋଇଥିବା ଏୟାର ଷ୍ଟ୍ରାଇକରେ ୩୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ଖବର ମିଳିଛି।
ରୁଷ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଥିବା ବେଳେ ଆଉ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ରାଜଧାନୀ କିଭ୍‍ ଛାଡୁଥିବା ସମୟରେ ଜଣେ ଭାରତୀୟ ଛାତ୍ର ଗୁଳି ମାଡର ଶିକାର ହୋଇ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ କିଭ୍‍ ରେ ଥିବା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ କେନ୍ଦ୍ରମନ୍ତ୍ରୀ ବି.କେ ସିଂ ସୂଚନା ଦେଇଛନ୍ତି। ଯୁଦ୍ଧ ଭୟଙ୍କର ସ୍ଥିତି ଆଡକୁ ଗତି କରୁଥିବା ବେଳେ ସମସ୍ତ ଭାରତୀୟଙ୍କୁ କିଭ୍‍ ଓ ଖାରକିଭ ଛାଡିବାକୁ ଭାରତ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଭାରତ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ତେବେ ଏଯାଏଁ ୨ ଜଣ ଭାରତୀୟଙ୍କ ମୃତ୍ୟୁ ହୋଇ ସାରିଛି।

 

Hot this week

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

Related Articles

Popular Categories