www.samajalive.in
Saturday, December 13, 2025
23.1 C
Bhubaneswar

ସୋମବାରରେ ଏହି ରାଶିଧାରୀଙ୍କର ଆୟ ବୃଦ୍ଧିର ସୂଚନା – ଜାଣନ୍ତୁ ସମ୍ପୂର୍ଣ୍ଣ ରାଶିଫଳ

ମେଷ- ଆୟ ବୃଦ୍ଧିର ସୂଚନା ମିଳୁଛି। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହୋଇପାରନ୍ତି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ, ନୂଆ ବନ୍ଧୁ ଜୁଟିବେ। ଚିନ୍ତାଧାରା ଉନ୍ନତମାନର ହେବ।

ବୃଷ- ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ମୌନ ରହି ସାଧନାରେ ବ୍ରତୀ ହେବା ଆଶା କରାଯାଏ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ମଧୁରଭାଷୀ ହେବେ। କର୍ମଚଞ୍ଚଳ ରହିବେ।

- Advertisement -

ମିଥୁନ- ଶୁଭ ଖବର ପାଇ ଖୁସି ହୋଇପାରନ୍ତି। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତ ହେବେ।

କର୍କଟ- କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ।

ସିଂହ-କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିବେ। ଭାଗ୍ୟଲକ୍ଷ୍ମୀ ପ୍ରସନ୍ନ ଅଛନ୍ତି।

କନ୍ୟା- ପରୋପକାରୀ ହୋଇପାରନ୍ତି। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ। ଧୈର୍ଯ୍ୟଧରି ଉପୁଜିଥିବା ସମସ୍ୟାର ମୁକାବିଲା କରିିବେ। ମନ ବ୍ୟାକୁଳିତ ହୋଇପାରେ। ଅଷ୍ଟମ ଚନ୍ଦ୍ର ହେତୁ ସତର୍କରେ ରହିବେ।

ତୁଳା- ଆଜି ଦିନ ଭିତରେ ଯାହା ଘଟଣା ଘଟିବ; ତାହା ସୁଖବୋଧ ହୋଇପାରେ। କର୍ମକ୍ଷେତ୍ରକୁ ଉଳମୟ କରିପାରନ୍ତି। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ପ୍ରୀତିଭୋଜନ ସହ ଆନନ୍ଦ ଉପଭୋଗ କରିବେ।

ବିଚ୍ଛା- ବିଭିନ୍ନ ସ୍ତରରୁ ସହଯୋଗ ମିଳିବ। ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରିପାଇବେ। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ।

ଧନୁ- ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହେବେ। ଅର୍ଜିତ ବକେୟା ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଅକ୍ଷୟ କୀର୍ତ୍ତି ଅର୍ଜନ କରି ଆତ୍ମସନ୍ତୋଷ ଲାଭ କରିବେ।

ମକର-ପରିଶ୍ରମ ଅଧିକ ଓ କଠିନ ହେଲେ ବି; ତା’ର ମୂଲ୍ୟ ମିଳିବ। ଯାନ-ବାହନ ସୁଖ ମିଳିପାରେ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହୋଇପାରନ୍ତି।

କୁମ୍ଭ- ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା​‌ ଦେବ। ଦେବଦର୍ଶନର ସୌଭାଗ୍ୟ ଅଛି। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭବାନ୍‌ ହୋଇପାରନ୍ତି। କାୟମନୋବାକ୍ୟରେ ଧର୍ମ ଆଚରଣ କରିପାରନ୍ତି।

ମୀନ- ସମ୍ମାନିତ ହେବେ। ଆଧ୍ୟତ୍ମବାଦୀ ହୋଇପାରନ୍ତି। ପାରିବାରିକ ସୁଖ ମିଳିବ। ବିଭିନ୍ନ ଉପାୟରେ ଧନ ଅର୍ଜନ କରିପାରନ୍ତି। ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରିପାରନ୍ତି। ମତିମାନ୍‌ ଓ ଶକ୍ତିମାନ୍‌ ହେବେ।

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories