www.samajalive.in
Tuesday, December 9, 2025
15.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ୧୨୦ କରୋନା ଆକ୍ରାନ୍ତ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୮୬ହଜାର ୯କୁ ବୃଦ୍ଧି

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୯ ଜଣ ସଙ୍ଗରୋଧ କେନ୍ଦ୍ର ଏବଂ ସ୍ଥାନୀୟ ସଂକ୍ରମଣରୁ ୫୧ ଜଣ କରୋନା ଅାକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରେ ୨୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥବା ଥିବା ଜଣାଯାଇଛି। ଆଜି ସମ୍ବଲପୁର ଜିଲାରୁ ସର୍ବାଧିକ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ମୋଟ ୧୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସମ୍ବଲପୁର ୨୬, ଅନୁଗୁଳ ୧୩, ବାଲେଶ୍ୱର ୫, ବଲାଙ୍ଗୀର ୨, ବୌଦ୍ଧ ୩, କଟକ ୧, ଦେବଗଡ଼ ୧, ଗଜପତି ୧୫, ଗଞ୍ଜାମ ୧, ଜଗତସିଂହପୁର ୧, ଯାଜପୁର ୯, ଝାରସୁଗୁଡ଼ା ୧୨, ଖୋର୍ଦ୍ଧା ୧୦, କୋରାପୁଟ ୪, ମୟୁରଭଞ୍ଜ ୫, ନବରଙ୍ଗପୁର ୪, ନୂଆପଡ଼ା ୨ ଜଣ, ପୁରୀରୁ ୧ ଜଣ, ରାୟଗଡ଼ା ୨ ଜଣ, ସମ୍ୱଲପୁର ୨୩, ସୁନ୍ଦରଗଡ଼ ୪ ଓ ଷ୍ଟେଟ ପୁଲ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ମୋଟ ୧୨, ୮୬, ୦୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୨, ୭୫, ୫୪୨ ଜଣ ସୁସ୍ଥ ହୋଇଛନ୍ତି। ଆଜି ସୁଦ୍ଧା ରାଜ୍ୟରେ ୧, ୩୧୩ ଜଣ ସକ୍ରିୟ ସଂକ୍ରମିତ ମାମଲା ରହିଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories