www.samajalive.in
Tuesday, December 9, 2025
23.1 C
Bhubaneswar

ସମସ୍ତ ଭାରତୀୟଙ୍କୁ ଉଦ୍ଧାର ପାଇଁ ସହଯୋଗ କରିବ ରୁଷ

ନୂଆାଦିଲ୍ଲୀ : ୟୁକ୍ରେନ୍ ସଂକଟର ସମାଧାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଗୁରୁତ୍ବପୂର୍ଣ୍ଣ ଭୁମିକା ତୁଲାଉଛନ୍ତି। ନିଜ ଦେଶର ନାଗରିକମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ସହ ବିବାଦର ଆପୋଷ ସମାଧାନ ପାଇଁ ଦୁଇ ଦେଶର ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି । ପ୍ରାୟ ୫୦ ମିନିଟ ଧରି ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଛି। ୟୁକ୍ରେନର ସାଂପ୍ରତିକ ସ୍ଥିତି ନେଇ ଉଭୟ ନେତାଙ୍କ ଆଲୋଚନା ହୋଇ ଥିବା ଜଣାପଡିଛି। ୟୁକ୍ରେନ ସହ ଚାଲିଥିବା ଦ୍ୱିପାକ୍ଷିକ ଆଲୋଚନା ସଂପର୍କରେ ଶ୍ରୀ ପୁଟିନ ମୋଦୀଙ୍କୁ ଅବଗତ କରାଇଛନ୍ତି।

- Advertisement -

ତେବେ ୟୁକ୍ରେନ ରାଷ୍ଟ୍ରପତିଙ୍କ ସହ ସିଧାସଳଖ କଥା ହେବାକୁ ପୁଟିନଙ୍କୁ ଶ୍ରୀ ମୋଦି ପରାମର୍ଶ ଦେଇଛନ୍ତି । ସେହିପରି ସାଧାରଣ ଲୋକଙ୍କୁ ଉଦ୍ଧାର ପାଇଁ ରୁଷିଆ ପକ୍ଷରୁ ଯୁଦ୍ଧ ବିରତି ଘୋଷଣାକୁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଉଚ୍ଚ ପ୍ରଶଂସା କଣିଛନ୍ତି ।  ଅନ୍ୟ ପକ୍ଷରେ ସୁମିରୁ ସମସ୍ତ ଭାରତୀୟଙ୍କୁ ସୁରକ୍ଷିତ ଉଦ୍ଧାର କରିବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ପୁଟିନ ଏବଂ ରାଷ୍ଟ୍ରପତି ଜେଲେନସ୍କିଙ୍କ ମଧ୍ୟରେ ପ୍ରତ୍ୟକ୍ଷ ବାର୍ତ୍ତାଳାପ ଶାନ୍ତି ପ୍ରୟାସରେ ସହାୟକ ହୋଇପାରେ ବୋଲି ସେ ମତ ଦେଇଛନ୍ତି। ତେବେ ସମସ୍ତ ଭାରତୀୟଙ୍କୁ ଉଦ୍ଧାର ପାଇଁ ରୁଷିଆ ସହଯୋଗ ଯୋଗାଇ ଦେବ ବୋଲି ପୁଟିନ୍ ପ୍ରତିଶ୍ରୁତି ଦେଇଛନ୍ତି।

ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଆଜି ୟୁକ୍ରେନ୍ ରାଷ୍ଟ୍ରପତି ଜେଲେନସ୍କିଙ୍କ ସହ କଥା ହୋଇଥିଲେ।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories