www.samajalive.in
Saturday, December 6, 2025
26.1 C
Bhubaneswar

ୟୁକ୍ରେନର ପଡ଼ୋଶୀ ରାଷ୍ଟ୍ରରୁ ଆଜି ଫେରିଲେ ୧୩୧୪ ଭାରତୀୟ

ନୂଆଦିଲ୍ଲୀ ;   ‘ଅପରେସନ ଗଙ୍ଗା’ ଅଧୀନରେ ୟୁକ୍ରେନରେ ଫସି ରହିଥିବା ଭାରତୀୟ ନାଗରିକମାନଙ୍କର ଉଦ୍ଧାର ପ୍ରକ୍ରିୟା ଜାରି ରହିଛି । ୟୁକ୍ରେନର ପଡ଼ୋଶୀ ରାଷ୍ଟ୍ରରୁ ୭ଟି ସ୍ଵତନ୍ତ୍ର ବେସାମରିକ ବିମାନ ଜରିଆରେସୋମବାର ୧୩୧୪ ଜଣ ଭାରତୀୟ ନାଗରିକ ସ୍ଵଦେଶ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏଥିସହିତ, ୟୁକ୍ରେନରେ ଫସି ରହିଥିବା ଭାରତୀୟ ମାନଙ୍କୁ ଉଦ୍ଧାର ଲାଗି ଫେବୃଆରୀ ୨୨ରେ ସ୍ଵତନ୍ତ୍ର ବିମାନ ଚଳାଚଳ ଆରମ୍ଭ ହେବା ପରଠାରୁ ଏବେସୁଦ୍ଧା ୧୭ ହଜାର ୪ଶହରୁ ଅଧିକ ଭାରତୀୟମାନଙ୍କୁ ଫେରାଇ ଅଣାସରିଛି । ୭୩ଟି ସ୍ଵତନ୍ତ୍ର ବେସାମରିକ ବିମାନ ଜରିଆରେ ଏବେସୁଦ୍ଧା ଫେରିଥିବା ମୋଟ ଭାରତୀୟମାନଙ୍କ ସଂଖ୍ୟା ୧୫ ହଜାର ୨୦୬ରେ ପହଞ୍ଚିଛି । ଭାରତୀୟ ବାୟୁ ସେନାର ଗୋଟିଏ ସି -୧୭ ବିମାନ ଜରିଆରେ ବିଦେଶରୁ ୨୦୧ ଜଣ ଭାରତୀୟ ଆଜି ସନ୍ଧ୍ୟାରେ ପହଞ୍ଚିବେ ବୋଲି ଆଶା କରାଯାଉଛି । ଏଥିପୂର୍ବରୁ, ଅପରେସନ ଗଙ୍ଗା ଅଧୀନରେ ଭାରତୀୟ ବାୟୁସେନାର ୧୦ଟି ବିମାନ ଜରିଆରେ ୨୦୫୬ ଜଣ ଯାତ୍ରୀ ଫେରିଛନ୍ତି।

ଆଜି ପହଞ୍ଚିଥିବା ସ୍ଵତନ୍ତ୍ର ବିମାନ ମଧ୍ୟରୁ ୪ଟି ନୂଆଦିଲ୍ଲୀରେ ଏବଂ ୨ଟି ମୁମ୍ବାଇରେ ଅବତରଣ କରିଛି । ଆଉ ଗୋଟିଏ ବିମାନ ଆଜି ସନ୍ଧ୍ୟାରେ ପହଞ୍ଚିବ ବୋଲି ଆଶା କରାଯାଉଛି । ବୁଦାପେଷ୍ଟରୁ ୫ଟି, ବୁକାରେଷ୍ଟ ଏବଂ ସୁଚେଭାରୁ ଗୋଟିଏ ଲେଖାଏଁ ବିମାନ ଭାରତରେ ପହଞ୍ଚିଛି।

- Advertisement -

ମଙ୍ଗଳବାର, ଦୁଇଟି ସ୍ଵତନ୍ତ୍ର ବେସାମରିକ ବିମାନ ସୁଚେଭାରୁ ଆସିବ ବୋଲି ଆଶା କରାଯାଉଛି, ଏଥିରେ ୪୦୦ ଛାତ୍ରଛାତ୍ରୀଙ୍କୁ ଭାରତ ଫେରାଇ ଅଣାଯିବ ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories