www.samajalive.in
Tuesday, December 9, 2025
17.1 C
Bhubaneswar

ମହିଳା ଦିବସ ସମ୍ପର୍କିତ ପ୍ରାକ୍‍ ସଚେତନତା କାର୍ଯ୍ୟକ୍ରମ

କେନ୍ଦୁଝର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନରେ ଥିବା କେନ୍ଦୁଝର କ୍ଷେତ୍ର ଜନସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ପାଟଣା ବ୍ଲକ୍‍ ଅନ୍ତର୍ଗତ ତୁରୁମୁଙ୍ଗା ଠାରେ ଥିବା ଦଧିବାମନ ଡିଗ୍ରୀ ମହାବିଦ୍ୟାଳୟରେ ଏକ ଦୁଇଦିନିଆ ସଚେତନତା କାର୍ଯ୍ୟକ୍ରମ ଆଜି ଓ ଆସନ୍ତାକାଲି ଅନୁଷ୍ଠିତ ହେଉଅଛି। ତେବେ ଅନ୍ତର୍ଜାତୀୟ ମହିଳା ଦିବସକୁ ଦୃଷ୍ଟିରେ ରଖି ଏହି କାର୍ଯ୍ୟକ୍ରମରେ ‘ବେଟି ବଚାଓ, ବେଟି ପଢ଼ାଓ’, ସୁକନ୍ୟା ସମୃଦ୍ଧି ଯୋଜନା ଆଦି ବିଷୟବସ୍ତୁକୁ ନେଇ ଆଜି ପ୍ରଥମ ଦିନରେ ପ୍ରାକ୍‍ସଚେତନତା କାର୍ଯ୍ୟକ୍ରମ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ ଅଧ୍ୟାପିକା ବହୁସଂଖ୍ୟାରେ ଯୋଗ ଦେଇଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ନେଇ କୁଇଜ୍‍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବାବେଳେ ଛାତ୍ରୀମାନଙ୍କୁ ନେଇ ରଙ୍ଗୋଲି ଓ ମ୍ୟୁଜିକ୍‍ ଚେୟାର୍‍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଜନସମ୍ପର୍କ କାର୍ଯ୍ୟାଳୟର ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ରଙ୍କ ପ୍ରେରଣାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବାବେଳେ କେନ୍ଦୁଝର କ୍ଷେତ୍ର ଜନସମ୍ପର୍କ କାର୍ଯ୍ୟାଳୟର କ୍ଷେତ୍ର ପ୍ରଚାର ଅଧିକାରୀ ପାର୍ଥସାରଥୀ ମଲ୍ଲିକ୍‍ ଓ ସହକାରୀ ଅଧିକାରୀ ଜୀବନ କୁମାର ସାମନ୍ତସିଂହାର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories