www.samajalive.in
Sunday, December 14, 2025
26.1 C
Bhubaneswar

ଶ୍ରୀମନ୍ଦିର ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ୱ ଦେଲେ ଆମିକସ୍‍ କ୍ୟୁରୀ

ଭୁବନେଶ୍ୱର : ଦିଲ୍ଲୀ ଫେରିବା ପୂର୍ବରୁ ଭୁବନେଶ୍ୱର ବିମାନ ବନ୍ଦରରେ ଆଜି ଆମିକସ୍‍ କ୍ୟୁରୀ ଗୋପାଳ ସୁବ୍ରମଣ୍ୟମ୍ ଶ୍ରୀମନ୍ଦିରରେ ଭକ୍ତ ଓ ସେବାୟତ ସମ୍ପର୍କକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରତି ସେବାୟତଙ୍କ ବ୍ୟବହାର ଭଲ ହେବା ଜରୁରୀ। ଆଚାର, ବ୍ୟବହାର ଏବଂ ସମୟାନୁବର୍ତ୍ତିତା ଉପରେ ଧ୍ୟାନ ଦେବାକୁ ପଡ଼ିବ ବୋଲି ସେ କହିଛନ୍ତି।
ଆମିକସ୍‍ କ୍ୟୁରୀ ସୂଚନା ଦେଇଛନ୍ତି ଯେ, ଶ୍ରୀମନ୍ଦିର ସଂସ୍କାର ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯିବ। ମୁଖ୍ୟତଃ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ ଦିଆଯାଇଛି। ଏନେଇ ମୁଁ ଗଜପତି ମହାରାଜ, ସେବାୟତ ଏବଂ ମନ୍ଦିର ମୁଖ୍ୟ ପ୍ରଶାସନଙ୍କ ସହ ଆଲୋଚନା କରିଛି। ୩ ସପ୍ତାହ ପରେ ପୁଣି ଶୁଣାଣି ପାଇଁ ଆସିବି। ଏହାଛଡ଼ା ଶ୍ରୀମନ୍ଦିର ସେବାୟତଙ୍କ ଆର୍ଥିକ ଓ ସାମାଜିକ ଦିଗକୁ ମଧ୍ୟ ବୈଠକରେ ଗୁରୁତ୍ୱ ଦିଆଯାଇଥିବା ସେ କହିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories