www.samajalive.in
Wednesday, December 10, 2025
15.1 C
Bhubaneswar

ସୁରଭି ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ

ବୌଦ୍ଧ: ସ୍ୱେଛାସେବୀ ଅନୁଷ୍ଠାନ ସୁରଭି ପକ୍ଷରୁ ଗୋଛାପଡାଠାରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଗ୍ରାମପଞ୍ଚାୟତସ୍ତରୀୟ ମହିଳା ଫେଡେରେସନର ସଭାନେତ୍ରୀ ଆନନ୍ଦିନୀ ରଥ ମୁଖ୍ୟଅତିଥି ଭାବରେ ଯୋଗଦେଇଥିବାବେଳେ ସମ୍ମାନିତ ଅତିଥି ଭାବରେ ସମ୍ପାଦିକା ସୁଷମା ମେହେର,ପଞ୍ଚାୟତ ନିର୍ବାହୀ ଅଧିକାରୀ ଶିତଳ ପଟ୍ଟନାୟକ ପ୍ରମୁଖ ଯୋଗଦେଇ ବିକାଶ କ୍ଷେତ୍ରରେ ମହିଳାମାନଙ୍କ ଯୋଗଦାନ ଏବଂ ସେମାନଙ୍କ ଦକ୍ଷତା ବିକାଶର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ। ବର୍ତମାନ ସବୁ କ୍ଷେତ୍ରରେ ମହିଳାମାନଙ୍କ ଯୋଗଦାନକୁ ଭୂୟସୀ ପ୍ରଶଂସା କରାଯାଇଥିଲା। ଏଥିରେ ପଞ୍ଚାୟତର ଅଙ୍ଗନବାଡି କର୍ମୀ,ଆଶାକର୍ମୀ,ସ୍ୱୟଂସହାୟିକା ଗୋଷ୍ଠୀର ଶତାଧିକ ମହିଳା ଯୋଗଦାନ କରିଥିଲେ। କାର୍ଯ୍ୟକ୍ରମକୁ ସୁରଭିର ଜ୍ୟୋତି ସିଂ ପରିଚାଳନା କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories