www.samajalive.in
Thursday, December 11, 2025
27.1 C
Bhubaneswar

ଅଂଶୁଘାତ ମୁକାବିଲା ପ୍ରସ୍ତୁତି ବୈଠକ

ବୌଦ୍ଧ: ବୌଦ୍ଧଜିଲ୍ଲା ସ୍ତରୀୟ ପ୍ର।କୃତିକ ବିପର୍ଯ୍ୟୟ ଓ ଏହାର ମୁକାବିଲା ସଂପର୍କିତ ବୈଠକ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଗ୍ରୀଷ୍ମଋତୁରେ ପିଇବା ପାଣି ଓ ଅଂଶୁଘାତର ସଫଳ ମୁକାବିଲା ନିମନ୍ତେ ଆଲୋଚନା ହୋଇଥିଲା। ପ୍ରତ୍ୟେକ ଅଙ୍ଗନୱାଡି କେନ୍ଦ୍ର ଓ ବିଦ୍ୟାଳୟରେ ପର୍ଯ୍ୟାପ୍ତ ପରିମାଣର ଓଆରଏସ ପ୍ୟାକେଟ ମହଜୁତ ରଖିବା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଏବଂ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ପ୍ରତ୍ୟେକ ବିଦ୍ୟାଳୟରେ ପିଲାମାନଙ୍କ ପାଇଁ ଜଳ ଯୋଗାଣ ନିମନ୍ତେ ପାଞ୍ଚ ମିନିଟ ସମୟ ବାଧ୍ୟତା ମୂଳକ ରଖିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଜିଲ୍ଲା ଶ୍ରମ ବିଭାଗ ତରଫରୁ ଶ୍ରମିକମାନଙ୍କ କାର୍ଯ୍ୟସ୍ଥଳରେ ସ୍ୱତନ୍ତ୍ର ପାଣିର ବ୍ୟବସ୍ଥା କରିବା ସହିତ ସକାଳ ୧୧ଟାରୁ ଅପରାହ୍ନ ସାଢେ ତିନିଟା ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବାକୁ ଥିବା ବେଳେ ଅଂଶୁଘାତ ଆଶଙ୍କା ରହିଥିବାରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାଇ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ ନ କରିବାକୁ ପରାମର୍ଶ ଦେଇଥିଲେ। ସେହିପରି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ନିର୍ଦ୍ଧାରିତ ସମୟ ମଧ୍ୟରେ ସ୍କୁଲ ଓ କଲେଜରେ ଶିକ୍ଷାଦାନ କରିବା ପାଇଁ ଜିଲ୍ଲା ଶିକ୍ଷାଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ। ଜିଲ୍ଲାରେ ଅଚଳ ଥିବା ନଳକୂପ ଗୁଡିକୁ ଯୁଦ୍ଧକାଲିନ ଭିତିରେ ମରାମତି କରିବା ପାଇଁ ଆବଶ୍ୟକସ୍ଥଳେ ଭ୍ରମ୍ୟମାଣ ଟ୍ୟାଙ୍କର ଦ୍ୱାରା ପିଇବା ପାଣିର ସୁବ୍ୟବସ୍ଥା କରିବା ପାଇଁ ସଂପୃକ୍ତି ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଅଂଶୁଘାତ ସଫଳ ମୁକାବିଲା ପାଇଁ ପ୍ରତିବ୍ଲକସ୍ତରରେ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନିୟନ୍ତ୍ରଣ କକ୍ଷରେ ଖୋଲି ତୁରନ୍ତ ଆବଶ୍ୟକିୟ ସେବା ଯୋଗାଇ ଦେବାକୁ ସଂପୃକ୍ତ ଅଧିକାରୀଙ୍କ ନିର୍ଦ୍ଦେଶ ଦେଇଥିଲେ। ଆବଶ୍ୟକସ୍ଥଳେ ଜିଲ୍ଲାର ଜନଗହଳିସ୍ଥାନ ଗୁଡିକରେ ଜଳଛତ୍ର ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ଅଭୟ ଦାସ, ଅତିରିକ୍ତ ଜିଲ୍ଲାପାଳ ବବିତା ରାଣୀ ଦଳବେହେରା, ଉପଜିଲ୍ଲାପାଳ ସନତ ନାଏକ, ପିଡି ଡିଆରଡିଏ ଅଶ୍ୱିନୀ ମେହେରଙ୍କ ସମେତ ବହୁ ଅଧିକାରୀ ଯୋଗଦେଇଥିଲେ।

Hot this week

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

Related Articles

Popular Categories